ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଭାକ୍ସିନ ନେବା ପରେ ଦେଶରେ ଏପର୍ଯ୍ୟନ୍ତ ୪୮୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩୦୧ ପୁରୁଷ ଓ ୧୭୮ ମହିଳା ସାମିଲ ଅଛନ୍ତି। ଏଥିସହ ୨୬ହଜାର ଲୋକଙ୍କ ଭିତରେ ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା ଦେଖିବାକୁ ମିଳିଛି। ବୈଜ୍ଞାନିକ ଭାଷାରେ ଏହାକୁ ଏଡଭର୍ସ ଇଭେଣ୍ଟ ଫଲୋଇଙ୍ଗ୍‌ ଇମ୍ୟୁନାଇଜେସନ୍‌ (ଏଇଏଫ୍‌ଆଇ) ବୋଲି କୁହାଯାଏ। ପ୍ରତ୍ୟେକ ଦେଶରେ ଏଭଳି ତଥ୍ୟ ସଂଗ୍ରହ କରାଯାଇଥାଏ। କାରଣ ଭବିଷ୍ୟତରେ ଟିକାର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ କାମ କରାଯାଇପାରିବ। ତେବେ ଜାନୁଆରୀ ୧୬ରୁ ଜୁନ ୭ପର୍ଯ୍ୟନ୍ତ କରାଯାଇଥିବା ଅଧ୍ୟୟନରୁ ଏହି ସକରକାରୀ ତଥ୍ୟ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ଜୁନ ୭ପର୍ଯ୍ୟନ୍ତ ୨୩.୫କୋଟି ଲୋକଙ୍କୁ ଭାକ୍ସିନ ଦିଆଯାଇଛି। ସେଥିମଧ୍ୟରୁ ୨୬,୨୦୦ଲୋକଙ୍କ ମଧ୍ୟରେ ଏଇଏଫ୍‌ଆଇ ମାମଲା ଦେଖିବାକୁ ମିଳିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.