ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ସମର୍ଥନ ଜଣାଇଛନ୍ତି। ନବୀନ ଜୁନ୍ ୨ ତାରିଖରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ଚିଠି ଲେଖିଥିଲେ। ଏପରି କି ୬ ଜଣ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ କଥା ହୋଇଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପୂର୍ବରୁ ନବୀନଙ୍କ ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ଗ୍ଲୋବାଲ ଇ-ଟେଣ୍ଡର ଜରିଆରେ ଟିକା ପାଇବା ଆଶା କମ୍ ଥିବାରୁ କେନ୍ଦ୍ର ସରକାର ଟିକା କ୍ରୟ କରି ସମସ୍ତ ରାଜ୍ୟକୁ ଯୋଗାଇବାକୁ ଦାବି କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.