Categories: ଖେଳ

ଆଇପିଏଲ ପାଇଁ ଖୁସି ଖବର

ଜାମାଇକା,୧୮ା୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନୁରୋଧ କ୍ରମେ କାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ)ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)। ୟୁଏଇରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ସିପିଏଲକୁ ଧାର୍ଯ୍ୟ ତାରିଖ ଆଗରୁ ଆରମ୍ଭ କରିବାକୁ ବିସିସିଆଇ ଅନୁରୋଧ କରିଥିଲା। ଯାହା ଫଳରେ ସିପିଏଲରେ ଭାଗ ନେଉଥିବା ଓ୍ବେଷ୍ଟଇଣ୍ଡିଜ ଓ ଅନ୍ୟ ଦେଶର ଖେଳାଳିମାନେ ଆଇପିଏଲ ଆରମ୍ଭରୁ ଉପଲବ୍ଧ ହୋଇପାରିବେ।

ବିସିସିଆଇର ସାଧାରଣ ସମ୍ପାଦକ ଜୟ ଶାହ ସିପିଏଲ ସିଓଓ ପେଟେ ରସେଲଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ଏହାପରେ ବିସିସିଆଇ ଓ ସିପିଏଲ ଅଧିକାରୀ ଲିଗ୍‌ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବାକୁ ଏକମତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସିପିଏଲ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧୫ ମଧ୍ୟରେ ଖେଳାଯିବ। ର୍ପୂବରୁ ଏହି ଲିଗ୍‌ ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୧୯ ମଧ୍ୟରେ ଖେଳାଯିବାର ଥିଲା। ସିପିଏଲ ଶେଷ ହେବା ପରେ ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ସ୍ବତନ୍ତ୍ର ଚାଟର ବିମାନ ଯୋଗେ ୟୁଏଇ ପହଞ୍ଚିବେ। ସେଠାରେ ୩ ଦିନିଆ ହାର୍ଡ କ୍ୱାରେଣ୍ଟିନ ରହିବା ପରେ ସେପ୍ଟେମ୍ବର ୧୮-୧୯ରୁ ଆରମ୍ଭ ହେବାକୁ ଥିବା ଆଇପିଏଲର ବଳକା ମ୍ୟାଚ୍‌ ଉପଲବ୍ଧ ହୋଇପାରିବେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.