ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍ଟିଏଫ୍ର ଏକ ଟିମ୍ ତଦନ୍ତ ପାଇଁ ମୁମ୍ବାଇ ଯାଇଛି। ଏସ୍ଟିଏଫ୍ ସେଠାରେ ମୁମ୍ବାଇ ପୋଲିସ ହାତରେ ଧରାପଡ଼ିଥିବା ମାକ୍ସ ରିଲିଫ୍ ହେଲ୍ଥ କେୟାର କମ୍ପାନୀର ମୁଖ୍ୟ ସୁଦୀପ ମୁଖାର୍ଜୀଙ୍କୁ ଜେରା କରିବ। ସୁଦୀପ ଡ୍ରଗ୍ସ ଲାଇସେନ୍ସ ଠକେଇ ମାମଲାରେ ଗିରଫ ହୋଇ ଏବେ ଜେଲରେ ଅଛନ୍ତି। ସୁଦୀପଙ୍କ ମାକ୍ସ କମ୍ପାନୀରୁ ନକଲି ଔଷଧ କଟକକୁ ଆସିଥିଲା। ତେଣୁ ପୋଲିସ ସୁଦୀପଙ୍କଠାରୁ ଓଡ଼ିଶାରେ ଏହି ନକଲି ଔଷଧ କାରବାରର ଚେର ଖୋଜିବା ସହ ଲିଙ୍କ୍ରେ ଥିବା ସମସ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚତ୍ବାକୁ ଆଶା ରଖିଛି।
ସୂଚନା ଯୋଗ୍ୟ, ଗତ ୧୧ ତାରିଖରେ କଟକ କନିକା ଛକ ନିକଟରେ ଥିବା ଶିବ ପ୍ରସନ୍ନ ଜେନାଙ୍କ ଔଷଧ ଗୋଦାମରେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ଚଢାଉ କରାଯାଇଥିଲା। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ‘ଫାଭିପିରାଭିର’ ଓ ଅନ୍ୟ କିଛି ଔଷଧ ଜବତ କରାଯାଇଥିଲା। ମାକ୍ସ ରିଲିଫ ହେଲ୍ଥ କେୟାର ସଂସ୍ଥାରୁ ଏହି ଔଷଧ ଉକ୍ତ ଗୋଦାମକୁ ଆସୁଥଲା। ଏଠାରୁ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ ଓ ଔଷଧ ଦୋକାନଗୁଡ଼ିକୁ ପଠାଯାଉଥିବା ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ଡ୍ରଗ୍ସ କଣ୍ଟ୍ରୋଲ ସ୍କ୍ବାଡ୍ ରାଉରକେଲା, ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ବାଲେଶ୍ୱରର ବିଭିନ୍ନ ମେଡିସିନ ଷ୍ଟୋର ଓ ଗୋଦାମରେ ଚଢାଉ କରି ବିପୁଳ ନକଲି ଔଷଧ ଜବତ କରିଥିଲା। ରାଜ୍ୟ ସରକାର ଏହାର ତଦନ୍ତ ଭାର କ୍ରାଇମ୍ବ୍ରାଞ୍ଚକୁ ଦେଇଥିଲେ। କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଏକ ସ୍ବତନ୍ତ୍ର ଟିମ୍ ଗଠନ କରି ତଦନ୍ତକୁ ଜୋର୍ଦାର କରିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.