ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛନ୍ତି। ଏହାର ପ୍ରଭାବ, ନିରାପତ୍ତା ଏବଂ ସହନଶୀଳତାକୁ ଆକଳନ କରିବା ପାଇଁ ଔଷଧର ପରୀକ୍ଷା କରାଯାଉଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ପୂର୍ବରୁ ନିକ୍ଲୋସାମାଇଡକୁ ସଂକ୍ରମଣରୁ ବର୍ତ୍ତିବା ପାଇଁ ବ୍ୟବହାର କରାଯାଉଥିଲା। ନିକ୍ଲୋସାମାଇଡ ଔଷଧକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅତ୍ୟାବଶ୍ୟକ ଔଷଧ ତାଲିକାରେ ରଖିଛି। ଗତ ପଚାଶ ବର୍ଷ ଧରି ଏହି ନିକ୍ଲୋସାମାଇଡକୁ କୃର୍ମି ହେଲେ ବ୍ୟବହାର କରାଯାଉଛି।
ସୂଚନାଯୋଗ୍ୟ, ସୂଚନାଯୋଗ୍ୟ, ଏହା ପୂର୍ବରୁ ଡ୍ରଗ୍ସ କଣ୍ଟ୍ରୋଲର ଅଫ ଇଣ୍ଡିଆ (ଡିସିଜିଆଇ) କରୋନାର ଚିକିତ୍ସା ପାଇଁ ୨-ଡକ୍ସି-ଡି-ଗ୍ଲୁକୋଜ (୨-ଡିଜି)କୁ ଜରୁରୀ କାଳୀନ ବ୍ୟବହାର ପାଇଁ ଅନୁମତି ଦେଇଛି। ଡିଆରଡିଓ ଏବଂ ହାଇଦ୍ରାବାଦ ସ୍ଥିତ ଡକ୍ଟର ରେଡ୍ଡୀ ଲ୍ୟାବ ଏହି ଔଷଧ ତିଆରି କରିଛନ୍ତି। କ୍ଲିନିକାଲ ଟ୍ରାଏଲ ବେଳେ ଜଣାପଡିଛି ଯେ ୨-ଡିଜିର ବ୍ୟବହାର ଦ୍ୱାରା ଜଣେ କରୋନା ରୋଗୀ ଶୀଘ୍ର ସୁସ୍ଥ ହେଉଛନ୍ତି।
ଯୁବତୀଙ୍କ ସହ ବନ୍ଧୁତା ରଖିବାରୁ ଦଳିତ ଯୁବକଙ୍କୁ ଲଣ୍ଡା କରି ନିର୍ଯାତନା
ଜବଲପୁର, ୧।୬: ଯୁବତୀଙ୍କ ସହ ବନ୍ଧୁତା ରଖିବା କାରଣରୁ ୨୦ ବର୍ଷୀୟ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଅର୍ଦ୍ଧ ଲଣ୍ଡା କରି ନିର୍ଯାତନା ଦିଆଯାଇଛି।...
ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା
ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ...
ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ...
‘ମୃତଦେହ ଫିଙ୍ଗିବା ପାଇଁ ମୁମ୍ବାଇରେ ନଦୀ ନାହିଁ’
ମୁମ୍ବାଇ, ୧୦।୬: ସରକାରୀ ସ୍ତରରେ ରିପୋର୍ଟ ହେଉଥିବା କୋଭିଡ୍ ଜନିତ ମୃତ୍ୟୁ ସଂଖ୍ୟାଠାରୁ ମହାରାଷ୍ଟ୍ରର ରାଜଧାନୀରେ ଢେର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ବିରୋଧୀ ଭାଜାପା...
କେକ୍-ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି: ଏନ୍ସିବିର ତନାଘନା…
ମୁମ୍ବାଇ,୧୩।୬: ଡ୍ରଗ୍ସ୍ ଚୋରା କାରବାରର ପର୍ଦ୍ଦାଫାଶ୍ ମୁମ୍ବାଇରେ ହୋଇଛି। ଏନ୍ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ...
୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…
ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...
ଏଣିକି ଏଡ୍ସ ପୀଡ଼ିତଙ୍କୁ ମିଳିବ ପେନ୍ସନ
ଚଣ୍ଡିଗଡ଼,୧୮।୬: ଏଡ୍ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍ଶୀଘ୍ର ପ୍ରତିମାସରେ ଏଡ୍ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍ସନ ପ୍ରଦାନ କରିବେ...
ସ୍ବିସ୍ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୯।୬: ସ୍ବିସ୍ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍ର ସେଣ୍ଟ୍ରାଲ୍ ବ୍ୟାଙ୍କ ପକ୍ଷରୁ...


