Categories: Rasifala

ରାଶିଫଳ: ଶୁକ୍ରବାର, ଜୁନ୍‌ ୪ ତାରିଖ – Daily Horoscope

ମେଷ
ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ଯୋଗୁ ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ସଫଳତା ପାଇବା କଷ୍ଟକର ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇ ଯିବେ। ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହେବ।
ବୃଷ
ରବି ପାପଗ୍ରହ ଯୁକ୍ତ ହେତୁ ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ଏମିତି କେତେକ କଥା ପରିବାର ଭିତରେ ରହିଛି ଯାହା ଚାହିଁ ବି କାହାକୁ କହିପାରିବେ ନାହିଁ। ଅବହେଳାବଶତଃ ଗୁରୁତ୍ୱପୂର୍ଣ୍ଣ କାମଟିକୁ କରି ନ ପାରି ଦୁଃଖ କରିବେ।
ମିଥୁନ
ରାଶିରେ ଶୁକ୍ର ରହିଥିବାରୁ ଦିନଟି ଆନନ୍ଦ ମଧ୍ୟରେ ଅତିବାହିତ ହେବ। ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ କରିପାରିବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସମ୍ପର୍କ ହାନି ଘଟିବା ସହ କର୍ମକ୍ଷେତ୍ର ଦୁର୍ବଳ ରହିବ। ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ଧାତୁ,ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁଙ୍କ ଜରିଆରେ ସ୍ଥଗିତ କାମକୁ ପୁନଃ ଆରମ୍ଭ କରିପାରନ୍ତି।
ସି˚ହ
ପାପଗ୍ରହଯୁକ୍ତ ଧନାଧିପତି ଯୋଗୁ ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ, ନିର୍ମାଣ, ପରିବହନ ପ୍ରଭୃତିରୁ ଖୁସି ରହିବେ।
କନ୍ୟା
ଶନିକ୍ଷେତ୍ରସ୍ଥ ଗୁରୁ କାରଣରୁ ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ ବ୍ୟକ୍ତିଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣ କଥାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ତୁଳା
ବଳବାନ ଶନି ହେତୁ କୌଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। ପରିବାରର ଆବଶ୍ୟକତା ଅନୁଭବ କରି ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
ବିଛା
ଶୁଭ ଚନ୍ଦ୍ର ପ୍ରଭାବରୁ ନିଜର ଇଚ୍ଛା ଅନୁଯାୟୀ କାମ ଗୁଡିକ ହେବା କାରଣରୁ ମାନସିକ ସ୍ଥିରତା ରହିବ। ଅନ୍ୟ ମାନଙ୍କ ଉପରେ ପୂର୍ଣ୍ଣ ଭରସାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡ଼ିପାରେ। ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶଙ୍କାଗ୍ରସ୍ତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ।
ଧନୁ
ଚନ୍ଦ୍ର ସ୍ଥିତି ଜନିତ ବିଭିନ୍ନ ପ୍ରକାରର ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟତିବ୍ୟସ୍ତ କରାଇପାରେ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ। ସ୍ବାସ୍ଥ୍ୟପ୍ରତି ସଚେତନ ରହି କାମ କରିବା ଭଲ ହେବ।
ମକର
ଶନି ଓ ଶୁକ୍ରଙ୍କ ସ୍ଥିତିଜନିତ ଅଟକି ରହିଥିବା କାର୍ଯ୍ୟର ସମସ୍ୟାଟି ଆକସ୍ମିକ ଭାବରେ ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କେତୁଙ୍କ କୁପ୍ରଭାବରୁ କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାନ୍ତୁ।
ମୀନ
ଅଷ୍ଟମାଧିପ ଶୁକ୍ର ପ୍ରଭାବରେ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ। ଅଳଙ୍କାର, ଔଷଧପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।
webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.