ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନରେ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଜମାକାରୀମାନେ ରାଜ୍ୟ ସରକାରଙ୍କ www.opid.odisha.gov.inରେ ଆବେଦନ କରିପାରିବେ। ଏଥିପାଇଁ ଅର୍ଥ ବିଭାଗ ପକ୍ଷରୁ ଏହି ନୂତନ ଓ୍ବେବ୍ସାଇଟ ଆରମ୍ଭ କରାଯାଇଛି। ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଏହାକୁ ଉନ୍ମୋଚନ କରିଛନ୍ତି। ଭର୍ଚୁଆଲ୍ ମୋଡ୍ରେ ଏହି ୱେବ୍ସାଇଟକୁ ଉନ୍ମୋଚନ କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ, ପୂର୍ବରୁ ମେସର୍ସ ରୋଜ୍ ଭ୍ୟାଲି ଗ୍ରୁପ୍ ଅଫ୍ କମ୍ପାନୀର କ୍ଷତିଗ୍ରସ୍ତ ଜମାକାରୀମାନଙ୍କଠାରୁ ଅଫ୍ଲାଇନ୍ରେ ଦାବି ଆବେଦନ ଆହ୍ବାନ କରାଯାଇଥିଲା। ସେହିସବୁ ଦାବି ଆବେଦନପତ୍ର ଗ୍ରହଣ, ଡିଜିଟାଇଜେଶନ୍, ଡିଜିଟାଇଜ ଡାଟା ଅନୁସାରେ କ୍ଷେତ୍ରୀୟ ତଦନ୍ତ ରିପୋର୍ଟର ଡିଜିଟାଇଜେଶନ୍ ଆଦି କାର୍ଯ୍ୟ ସମୟସାପେକ୍ଷ, କଷ୍ଟକର ଓ ବ୍ୟୟବହୁଳ ଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ସହଜ ଓ ସରଳ ୱେବ୍ସାଇଟ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍) ଜରିଆରେ ପ୍ରସ୍ତୁତ କରିଛନ୍ତି।
ବର୍ତ୍ତମାନ ଏହି ୱେବ୍ସାଇଟ ପ୍ରଚଳନ ପରେ ଜମାକାରୀମାନଙ୍କୁ ଦରଖାସ୍ତ ଦେବା ପାଇଁ ଆଉ ତହସିଲ ଅଫିସକୁ ଯିବାକୁ ପଡ଼ିବ ନାହିଁ। ସେମାନେ ନିଜ ଘରୁ କିମ୍ବା ନିକଟସ୍ଥ ‘ମୋ ସେବା କେନ୍ଦ୍ର’ର ସହାୟତା ନେଇ ଅନ୍ଲାଇନରେ ଦରଖାସ୍ତ ଦାଖଲ କରିପାରିବେ। ନିକଟସ୍ଥ ‘ମୋ ସେବା କେନ୍ଦ୍ର’ର ଠିକଣା ରାଜ୍ୟ ସରକାରଙ୍କ www.odisha.gov.in ସାଇଟ୍ରେ ଉପଲବ୍ଧ ଅଛି। ଅନ୍ଲାଇନ ମାଧ୍ୟମରେ ଦାଖଲ ହୋଇଥିବା ଦାବି ଦରଖାସ୍ତଗୁଡ଼ିକୁ ଖୁବ୍କମ୍ ସମୟ ମଧ୍ୟରେ ପ୍ରକ୍ରିୟାକରଣ କରାଯାଇପାରିବ। ଏହାଛଡ଼ା କ୍ଷେତ୍ରୀୟ ତଦନ୍ତକାରୀ ଟିମ୍ ତଦନ୍ତ କରି ପ୍ରକୃତ ଜମାକାରୀ ଚିହ୍ନଟ କରିପାରିବେ। ସେମାନଙ୍କର ବାସ୍ତବ ଜମାରାଶିର ପରିମାଣ ନିରୂପଣ ପାଇଁ ଏହି ୱେବ୍ସାଇଟ ମଧ୍ୟ ଅତ୍ୟନ୍ତ ସହାୟକ ହେବ। ଜମାକାରୀମାନେ ଅନ୍ଲାଇନ ଆବେଦନ କଲାବେଳେ କୌଣସି ବୈଷୟିକ ଅସୁବିଧାର ସମ୍ମୁଖୀନ ହେଲେ ତାହାର ସମାଧାନ ପାଇଁ ଟୋଲ୍ ଫ୍ରି ନମ୍ବର ମଧ୍ୟ ଜାରି କରାଯାଇଛ। ବର୍ତ୍ତମାନ କରୋନା ମହାମାରୀର ପ୍ରକୋପ ଯୋଗୁ ରାଜ୍ୟବ୍ୟାପୀ ଲକ୍ଡାଉନ ଓ ଶଟ୍ଡାଉନ ଚାଲୁଥିବାବେଳେ ଏହି ୱେବ୍ସାଇଟ ପ୍ରଚଳନ ଦ୍ୱାରା ଜମାକାରୀମାନେ ସେମାନଙ୍କର ଦାବି ଆବେଦନ(କ୍ଲେମ୍ ଆପ୍ଲିକେଶନ) ଦାଖଲ କରିପାରିବେ। ରାଜ୍ୟ ସରକାରଙ୍କ ୫-ଟି ଅନୁଯାୟୀ ଏହି ୱେବ୍ସାଇଟ ପ୍ରଚଳନ ଦ୍ୱାରା ପ୍ରକୃତ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମାରାଶି ନିରୂପଣ ଅତ୍ୟନ୍ତ ସ୍ବଚ୍ଛତାର ସହିତ ଏକ ନିର୍ଦ୍ଦିଷ୍ଟ ସମୟସୀମାରେ କରାଯାଇପାରିବ।
ପ୍ରାରମ୍ଭିକ ପର୍ଯ୍ୟାୟରେ ହାଇଟେକ୍ ଇଷ୍ଟେଟସ୍ ଓ ପ୍ରମୋଟର୍ସ ପ୍ରାଇଭେଟ୍ ଲିମିଟେଡ୍ ଏବଂ ମେସର୍ସ ରାଜଧାନୀ ସିଷ୍ଟମ୍ ଓ ଇଷ୍ଟେଟସ୍ ପ୍ରାଇଭେଟ୍ ଲିମିଟେଡ୍ର କଲ୍ୟାଣ ବିହାର ଫେଜ-୨, ଭାଗ୍ୟନଗର, କୁଞ୍ଜବିହାର ଓ ପୁଷ୍ପାଞ୍ଜଳି ଏନ୍କ୍ଲେଭ୍ ଯୋଜନାରେ ବାସୋପଯୋଗୀ ଜମି (ପ୍ଲଟ୍) ପାଇଁ ଟଙ୍କା ଜମା କରି କୌଣସି ଜମି(ପ୍ଲଟ୍) କିମ୍ବା ଟଙ୍କା ଫେରସ୍ତ ପାଇନାହାନ୍ତି, ସେମାନଙ୍କଠାରୁ ଅନ୍ଲାଇନ ମାଧ୍ୟମରେ ଜୁନ୍ ୪ରୁ ଜୁଲାଇ ୧୯ ତାରିଖ ପର୍ଯ୍ୟନ୍ତ ଦାବି ଦରଖାସ୍ତ ଆହ୍ବାନ କରାଯାଉଛି। ପରେ ଅର୍ଥ ଆତ୍ମସାତ୍ କରିଥିବା ଅନ୍ୟ କମ୍ପାନୀର କ୍ଷତିଗ୍ରସ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଉନ୍ମୋଚନ ଉତ୍ସବରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ ମୀନା ସ୍ବାଗତ ଭାଷଣ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅର୍ଥ ବିଭାଗର ଅତିରିକ୍ତ ଶାସନ ସଚିବ ନୃସିଂହ ଚରଣ ସ୍ବାଇଁ, କଟକର ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଅର୍ଥ ବିଭାଗର ଯୁଗ୍ମ ଶାସନ ସଚିବ ଚିତ୍ତରଞ୍ଜନ ହୋତା, ରାଜ୍ୟ ଅର୍ଥନୈତିକ ଅପରାଧ ଶାଖାର ଏସ୍ପି ଜ୍ଞାନରଞ୍ଜନ ମହାନ୍ତି, ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର ଜେନେରାଲ ମ୍ୟାନେଜର (ପ୍ରଶାସନ) ମଧୁମିତା ରଥ ପ୍ରମୁଖ ଉପସ୍ଥିତ ଥିଲେ।
୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ...
କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା
ଛତ୍ରପୁର,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି।...
ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ...
ଘରେ ବସି ଆପ୍ରେ ବୁକିଂ କରିହେବ ଅକ୍ସିଜେନ୍
ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍ଡାଉନ ଶଟ୍ଡାଉନ୍ର ସୁଫଳ ମିଳୁଛି। ହେଲେ ଏବେ...
ଆରପାରିରେ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି।...
ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍
ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ...
‘ଆହାର’ ରିହାତି ଚଳୁ
କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...
ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ
ଭୁବନେଶ୍ୱର,୧୯।୬: ବିଏମ୍ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ...


