ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍ ଭାରିଆଣ୍ଟ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଅର୍ଥାତ୍ ବି-୧-୬୧୭-୨-୧ କରୋନା ଭୂତାଣୁ ସଂକ୍ରମଣ ମହାରାଷ୍ଟ୍ର, ମଧ୍ୟପ୍ରଦେଶ, କେରଳ, ତାମିଲନାଡୁ, କର୍ନାଟକ, ପଞ୍ଜାବ, ଆନ୍ଧ୍ରପ୍ରଦେଶ ଏବଂ ଜମ୍ମ-କଶ୍ମୀରରେ ଆଦି ୮ ରାଜ୍ୟରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ରରେ ୨୧ ଜଣଙ୍କଠାରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଚିହ୍ନଟ ହୋଇଥିବାବେଳେ ମଧ୍ୟପ୍ରଦେଶରେ ୬ ଜଣ, କେରଳରେ ୩ ଜଣ, ତାମିଲନାଡୁରେ ୩, କର୍ନାଟକରେ ୨, ପଞ୍ଜାବରେ ଜଣେ, ଆନ୍ଧ୍ରପ୍ରଦେଶରେ ଜଣେ ଏବଂ ଜମ୍ମୁ-କଶ୍ମୀରରେ ଜଣେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଡେଲ୍ଟା ଭାରିଆଣ୍ଟ୍ ତୁଳନାରେ ଅଧିକ ବେଗରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଥିବା ବିଶେଷଜ୍ଞମାନେ ମତପୋଷଣ କରିଛନ୍ତି। ଏହାକୁ ନେଇ ଭାରତ ସହିତ ଅନ୍ତର୍ଜାତୀୟସ୍ତରରେ ଆତଙ୍କ ବୃଦ୍ଧି ପାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.