ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୫ଜଣ ପ୍ରାଣ ହରାଇଥିବା ବେଳେ କଟକ ଓ କଳାହାଣ୍ଡି ଜିଲାରୁ ୪ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବୌଦ୍ଧ, ଝାରସୁଗୁଡ଼ା, ଖୋର୍ଦ୍ଧାରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନୁଗୋଳ, ବାଲେଶ୍ୱର, ବଲାଙ୍ଗୀର, ଦେବଗଡ଼, ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ରାୟଗଡ଼ାରୁ ୨ଜଣ ଏବଂ ବରଗଡ଼, ଭଦ୍ରକ, ଗଞ୍ଜାମ ଓ ପୁରୀ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଅଡ୍ ଇଭିନ୍ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…
ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍ଡାଉନ୍ ପରେ ଏବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା...
ରଜରେ ନାବାଳିକାଙ୍କୁ ଗଣବଳାତ୍କାର
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ...
କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍ଇଟି ସିବିକେ ମହାନ୍ତି...
ନୂଆ ବିପିଏଲ୍ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା
କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍ଲାଇନ୍ ପ୍ରସ୍ତୁତ ହୋଇଥିଲା।...
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...
ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍ଲକ୍ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ...
ନକଲି ଔଷଧ ଧରିବ ଏସ୍ଟିଏଫ୍
ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...


