ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୨ ହଜାର ୨୬୪ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୭୧୩ ଥିଲା । ତେବେ ଶନିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିଥିବାବେଳେ ମୃତକଙ୍କ ସଂଖ୍ୟା ପୁଣି ବଢ଼ିିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୫୨୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୩୮୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୯୭ ହଜାର ୮୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୫ ଲକ୍ଷ ୫୫ ହଜାର ୨୪୮ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୨ କୋଟି ୭୮ ଲକ୍ଷ ୬୦ ହଜାର ୩୧୩ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୬ କୋଟିରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
ଏନ୍ସିପି ମୁଖ୍ୟଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର
ମୁମ୍ବାଇ,୧୧।୬: ରାଜନୀତି ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଶୁକ୍ରବାର ଏନ୍ସିପି ମୁଖ୍ୟ ଶରଦ ପାୱାରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହାକୁ ନେଇ ରାଜନୈତିକ ଉସ୍ମତା ଦେଖାଦେଇଛି। ଏହା...
ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ
ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ...
ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍ଇ ବୋର୍ଡ ପକ୍ଷରୁ ଆଗତ...
୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା
ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ...
ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍...
ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍ କରିଦେଲେ ଡାକ୍ତର…
ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ...
ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର
ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା...
ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍…
ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...


