ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୭୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣ ମୃତ୍ୟୁ ଘଟିଛି। ସେହିପରି ବରଗଡ଼ ଓ କଟକରୁ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଅନୁଗୋଳ ଏବଂ ପୁରୀରୁ ୪ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ଼ ଓ ସମ୍ବଲପୁର ଜିଲାରୁ ୨ଜଣ ଲେଖାଏଁ ଏବଂ ବୌଦ୍ଧ, ଭଦ୍ରକ, ଢ଼େଙ୍କାନାଳ ଓ ମାଲକାନଗିରିରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.