ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୨୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ଜଣ ଓ କଟକରୁ ୫ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନୁଗୋଳ ଓ ବରଗଡ଼ ଜିଲାରୁ ୪ଜଣ ପ୍ରାଣ ହରାଇଥିବା ବେଳେ ବାଲେଶ୍ୱର, ବୌଦ୍ଧ, ଭଦ୍ରକ, ଢ଼େଙ୍କାନାଳ, ଗଞ୍ଜାମ ଏବଂ ନୟାଗଡ଼ରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀର, ଯାଜପୁର, ରାୟଗଡ଼ା, ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଉତ୍କଳିକାର ୱେବ୍ସାଇଟ୍ ଲୋକାର୍ପିତ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ...
ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...
ଉହାନ୍ ଲ୍ୟାବ୍ରୁ ଜାଣିଶୁଣି ଲିକ୍ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…
ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍ ଲ୍ୟାବ୍ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...
ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ...
୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ
ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...
ଭୁଲ୍ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍
ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା...
ବସ୍-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...


