ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ କରୋନାଜନିତ ୩୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୪୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ଜଣ ମୃତ୍ୟୁ ହୋଇଛି। ସେହିପରି କଟକ, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ରୁ ଜିଲାରୁ ୪ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ, ଜଗତସିଂହପୁର ଓ କାଳାହାଣ୍ଡିରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ବୌଦ୍ଧ ଓ ସୁବର୍ଣ୍ଣପୁରରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ଼, ଢ଼େଙ୍କାନାଳ, ନବରଙ୍ଗପୁର, ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...
ଘରେ ପଶି ନାବାଳିକାଙ୍କୁ ବଳାତ୍କାର
ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...
ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ
କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...
ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍
ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍ ସୋମବାର ଅପରାହ୍ନ ପ୍ରାୟ...
ସ୍ଫୁଟନିକ୍ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍ ଇନ୍ଷ୍ଟିଚ୍ୟୁଟ
ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍ଷ୍ଟିଚ୍ୟୁଟ ପକ୍ଷରୁ...
୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ...


