ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୪୬.୮ ମିମିଠାରୁ ୭ପ୍ରତିଶତ ଅଧିକ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଆଦି ୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଏହା ସ୍ବାଭାବିକ ବର୍ଷାଠାରୁ ୨୦ରୁ ୫୯% ପର୍ଯ୍ୟନ୍ତ କମ୍ ରହିଛି। ଏହି ସମୟ ମଧ୍ୟରେ ପୁରୀ, ସୁନ୍ଦରଗଡ଼ ଓ କୋରାପୁଟ ଆଦି ୩ ଜିଲାରେ ସ୍ବାଭାବିକଠାରୁ ଅତ୍ୟଧିକ ଅର୍ଥାତ୍ ୬୦% କିମ୍ବା ତା’ଠାରୁ ଅଧିକ ବର୍ଷା ହୋଇଛି। ସେହିପରି ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ମାଲକାନଗିରି ଆଦି ୯ ଜିଲାରେ ସ୍ବାଭାବିକଠାରୁ ୨୦ରୁ ୫୯% ଯାଏ ଅଧିକ ବର୍ଷା ହୋଇଥିବା ବେଳେ ଅବଶିଷ୍ଟ ୧୧ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ବୁଧବାର ସୁଦ୍ଧା ସୁନ୍ଦରଗଡ଼ରେ ସର୍ବାଧିକ ୨୪୭.୨ ମିମି ଏବଂ ଗଞ୍ଜାମ ଜିଲାରେ ସର୍ବନିମ୍ନ ୭୪.୯ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦ୍ରାପଡ଼ାର ମାର୍ଶାଘାଇରେ ୨୨୫ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ଦେଶର ସର୍ବାଧିକ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ଅପରାହ୍ନ ବୁଲେଟିନ୍ରେ ପାଣିପାଗ ବିଭାଗ ସୂଚନାନୁସାରେ, ମାର୍ଶାଘାଇ ପରେ କଟକର କଣ୍ଟପଡ଼ାରେ ୧୯୦, ବାଲେଶ୍ୱରର ଭୋଗରାଇରେ ୧୩୦.୨, ଜଗତ୍ସିଂହପୁରର କୁଜଙ୍ଗରେ ୧୨୫, ବାଲେଶ୍ୱରର ଜଳେଶ୍ୱର ଓ ଖୋର୍ଦ୍ଧାର ବାଲିପାଟଣାରେ ୧୧୮, ଭୁବନେଶ୍ୱରରେ ୧୧୩.୨ମିମି ବର୍ଷା ରେକର୍ଡ କରାଯାଇଛି। ବୁଧବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଏହିଭଳି ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଗୁରୁବାର ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ଏବଂ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେଣୁ ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ...
କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪...
ସେଲ୍ଫି ନିଶା ନେଲା ୨ ଯୁବକଙ୍କ ଜୀବନ
ରାଜଗାଙ୍ଗପୁର,୬।୬: ସେଲ୍ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ...
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ...
ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍ କମ୍ ଦେଖାଯାଏ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...
ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ
ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ...
ସିବିଏସ୍ଇ, ସିଆଇଏସ୍ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା
ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ ସ୍କୁଲ୍ ସାର୍ଟିଫିକେଟ୍ ଏଜୁକେଶନ (ସିଆଇଏସ୍ସିଇ)ର ଦ୍ୱାଦଶ ବୋର୍ଡ...
ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍ଡାଉନ,...


