ପୁରୁଷୋତ୍ତମପୁର,୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ତହସିଲଦାର ନୀତିଶ କୁମାର ତ୍ରିପାଠୀଙ୍କୁ ପ୍ରଦାନ କରିଛନ୍ତି। ଖବରଦାତାମାନେ ଦାବି କରିଛନ୍ତି ଯେ, ପୁରୀରେ କର୍ତ୍ତବ୍ୟରତ ‘ଧରିତ୍ରୀ’ର ଖବରଦାତାଙ୍କୁ ପୋଲିସ ଅତି ଅମାନୁଷିକ ଭାବେ ଆକ୍ରମଣ କରିଛି। ଏହି ଘଟଣାକୁ ଦୃଢ଼ତାର ସହ ନିନ୍ଦା କରି ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ହୋଇଛି। ରାଜ୍ୟର ସମସ୍ତ ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ବ୍ଲକ ଓ ଜିଲାସ୍ତରରେ କାର୍ଯ୍ୟ କରୁଥିବା ଖବରଦାତାମାନଙ୍କ ଉପରେ ବିଭିନ୍ନ ସମୟରେ ଏପରି ଆକ୍ରମଣ ହେଉଛି। ଏଣୁ ଏଥିପ୍ରତି ପଦକ୍ଷେପ ଗ୍ରହଣ କରି ଖବରଦାତାଙ୍କୁ ସୁରକ୍ଷା ଯୋଗାଇ ଦେବା ଲାଗି ଦାବି କରାଯାଇଛି। ଏଥିରେ ଖବରଦାତା ସୁରେନ୍ଦ୍ର ନାଥ ମହାନ୍ତି, ସଦାଶିବ ପଣ୍ଡା, ସୀମାଞ୍ଚଳ ମିଶ୍ର, ଲିଙ୍ଗରାଜ ଦାଶ, ଅଶୋକ କୁମାର ମହାକୁଡ, ପ୍ରସନ୍ନ କୁମାର ଦାଶ, ଭାସ୍କର ବେହେରା, ଚିତ୍ତରଞ୍ଜନ ସାହୁ, ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ସୁଦାମ ମହାରଣା, କେ. ରମେଶ ଦୋରା ପ୍ରମୁଖ ବିଭିନ୍ନ ପ୍ରିଣ୍ଟିଂ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ...
ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ
ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)।...
କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ
କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି।...
ଦୁଇ ନାବାଳିକାଙ୍କୁ ୬୨ ବର୍ଷୀୟ ବୃଦ୍ଧଙ୍କ ଅସଦାଚରଣ ଅଭିଯୋଗ
ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ...
ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର
ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ...
ବିଦ୍ୟୁତ୍ ଆଘାତରେ ଦନ୍ତାହାତୀର ଜୀବନ ଗଲା
ଭଞ୍ଜନଗର,୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି।...
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...


