ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ତହସିଲଦାର ନୀତିଶ କୁମାର ତ୍ରିପାଠୀଙ୍କୁ ପ୍ରଦାନ କରିଛନ୍ତି। ଖବରଦାତାମାନେ ଦାବି କରିଛନ୍ତି ଯେ, ପୁରୀରେ କର୍ତ୍ତବ୍ୟରତ ‘ଧରିତ୍ରୀ’ର ଖବରଦାତାଙ୍କୁ ପୋଲିସ ଅତି ଅମାନୁଷିକ ଭାବେ ଆକ୍ରମଣ କରିଛି। ଏହି ଘଟଣାକୁ ଦୃଢ଼ତାର ସହ ନିନ୍ଦା କରି ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ହୋଇଛି। ରାଜ୍ୟର ସମସ୍ତ ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ବ୍ଲକ ଓ ଜିଲାସ୍ତରରେ କାର୍ଯ୍ୟ କରୁଥିବା ଖବରଦାତାମାନଙ୍କ ଉପରେ ବିଭିନ୍ନ ସମୟରେ ଏପରି ଆକ୍ରମଣ ହେଉଛି। ଏଣୁ ଏଥିପ୍ରତି ପଦକ୍ଷେପ ଗ୍ରହଣ କରି ଖବରଦାତାଙ୍କୁ ସୁରକ୍ଷା ଯୋଗାଇ ଦେବା ଲାଗି ଦାବି କରାଯାଇଛି। ଏଥିରେ ଖବରଦାତା ସୁରେନ୍ଦ୍ର ନାଥ ମହାନ୍ତି, ସଦାଶିବ ପଣ୍ଡା, ସୀମାଞ୍ଚଳ ମିଶ୍ର, ଲିଙ୍ଗରାଜ ଦାଶ, ଅଶୋକ କୁମାର ମହାକୁଡ, ପ୍ରସନ୍ନ କୁମାର ଦାଶ, ଭାସ୍କର ବେହେରା, ଚିତ୍ତରଞ୍ଜନ ସାହୁ, ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ସୁଦାମ ମହାରଣା, କେ. ରମେଶ ଦୋରା ପ୍ରମୁଖ ବିଭିନ୍ନ ପ୍ରିଣ୍ଟିଂ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.