କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ କୃଷକ ଓ କୃଷି ଆଇନ ପ୍ରତ୍ୟାହାର ଦାବିରେ ଏହି ସଭା ଓଡ଼ିଶା କୃଷକ ସଭା ଓ ସିଟୁ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ତୁରନ୍ତ ତିନି କଳା କୃଷି ଆଇନକୁ ବାତିଲ କରିବା ସହ ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଶୋଧନ ଆଇନ ପ୍ରତ୍ୟାହାର, ତୈଳ ଦର ହ୍ରାସ, ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରବୃଦ୍ଧି ନିୟନ୍ତ୍ରଣ, କଳାବଜାରୀଙ୍କ ଉପରେ ଅଙ୍କୁଶ ଲଗାଇବା ସହ ପ୍ରତ୍ୟେକ ପରିବାରକୁ ୧୦ କିଲୋ ଚାଉଳ ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଣ (ରାଶନ କିଟ୍) ଆଦି ଦାବି କରିଛନ୍ତି। ଆୟ କର ବାହାରେ ଥିବା ପରିବାରକୁ ମାସିକ ୭୫୦୦ ଟଙ୍କା ସହାୟତା ଦାବି କରିଛନ୍ତି। ଓଡ଼ିଶା କୃଷକସଭାର ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ରାଉତ, ସିଟୁର ସହ ସମ୍ପାଦକ ଭବାନୀ ଶଙ୍କର ମହାନ୍ତ, ନିର୍ମଳ ସିଂହ, ଦୈତାରୀ ଆପଟ, କାର୍ତ୍ତିକ ସାହୁ ପ୍ରମୁଖ ସାମିଲ ଥିଲେ।
Posted inଆମ ଜିଲା ଖବର, କେନ୍ଦୁଝର View All
କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର...
ମଣ୍ଡିକୁ ଧାନ ଆସି ଫେରିଲା
ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି,...
ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍ଡାଉନ
ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍.ଏ.):କରୋନା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର...
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍ ମାଡ଼ ଧମକ
ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ...
ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍...
୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍ ଜବତ, ୩ ଗିରଫ
ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ...
ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ
ଛତ୍ରପୁର,୨୫।୬(ଡି.ଏନ୍.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ...
ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା
ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର...


