ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି ଡୋଜ୍ ନେବା ପରେ ମଧ୍ୟ ୨୭୪ଜଣ କରୋନା ସଂକ୍ରମିତ ହୋଇଥିଲେ। ଏପରିକି ଦ୍ୱିତୀୟ ଡୋଜ୍ ନେବାର ୧୪ଦିନ ପରେ ଯେଉଁ ସମୟରେ କରୋନା ବିରୋଧରେ ଶରୀରରେ ପ୍ରତିରୋଧକ ଶକ୍ତି ତିଆରି ହେବା କଥା, ସେତେବେଳେ ଏମାନେ ଆକ୍ରାନ୍ତ ହୋଇଥିଲେ। ମାର୍ଚ୍ଚ ୧ରୁ ଜୁନ୍ ୧୦ ମଧ୍ୟରେ ନମୁନା ସଂଗ୍ରହ ସହ ପରୀକ୍ଷଣ କରାଯାଇଥିଲା। ପଜିଟିଭ୍ ଚିହ୍ନଟ ୨୭୪ଙ୍କ ମଧ୍ୟରୁ ୨୭ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିଲା। ଅର୍ଥାତ୍ କରୋନା ଟିକାର ଦୁଇଟି ଡୋଜ୍ ନେଲେ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ହେବାର ଆଶଙ୍କା କମ୍ ରହିଥିବା ଆର୍ଏମ୍ଆର୍ସି ପକ୍ଷରୁ ଉକ୍ତ ରିପୋର୍ଟରେ କୁହାଯାଇଛି। ସେପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨,୯୧୨ ଆକ୍ରାନ୍ତ।ଏଥିସହ ରାଜ୍ୟରେ ଆଉ ୪୦ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.