ଦୀପ୍ତେଶ ଜେଲ ଆଇଜି, ନରସିଂହଙ୍କୁ କେନ୍ଦ୍ରାଞ୍ଚଳ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୪ଜଣ ଆଇପିଏସ୍‌ ଓ ୨ଜଣ ଓପିଏସ୍‌ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ୍‌ ଆଇଜି ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଜେଲ୍‌ ଆଇଜି ହିମାଂଶୁ ଲାଲ୍‌ଙ୍କୁ ଅବସ୍ଥାପିତ କରାଯାଇଛି। ଉତ୍ତରାଞ୍ଚଳ ଆଇଜି ଭାବେ କାର୍ଯ୍ୟ କରୁଥିବା ନରସିଂହ ଭୋଳଙ୍କୁ କେନ୍ଦ୍ରାଞ୍ଚଳ ଆଇଜି ଓ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଡ. ଦୀପକ କୁମାରଙ୍କୁ ଉତ୍ତରାଞ୍ଚଳ ରେଞ୍ଜ ସମ୍ବଲପୁର ଡିଆଇଜି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ବଦଳି ହୋଇଥିବା ୨ ଓପିଏସ୍‌ ଅଫିସରଙ୍କ ମଧ୍ୟରେ ଡିସିପି ମୁଖ୍ୟାଳୟ ଭୁବନେଶ୍ୱରରେ କାର୍ଯ୍ୟରତ ଡିସିପି ରାଜ କିଶୋର ପାଇକରାୟଙ୍କୁ ଏସ୍‌ପି ଦେବଗଡ଼ ଓ ଅତିରିକ୍ତ ଡିସିପି ଡି.ପି. ତ୍ରିପାଠୀଙ୍କୁ ରାଜ୍ୟ ରିଜର୍ଭ ପୋଲିସ (ଏସ୍‌ଆରପି)ରେ ଅବସ୍ଥାପିତ କରାଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.