ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇଥିଲେ ହେଁ ବ୍ୟାସନଗର ସହରକୁ ଏଥିରୁ ବାଦ ଦିଆଯାଇଛି। ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରଥମ ଡୋଜ୍ ଟିକା ନେବାର ୮୪ଦିନ ପରେ ଦ୍ୱିତୀୟ ଟିକା ନେବାକୁ ଅପେକ୍ଷା କରିଥିବା ବ୍ୟକ୍ତିମାନଙ୍କୁ ବୁଧବାର ଫୋନ କରି ସୂଚନା ଦିଆଯାଇଥିଲା। ଫୋନ୍ରେ ସୂଚନା ପାଇବା ପରେ ବହୁ ବରିଷ୍ଠ ନାଗରିକ ଦ୍ୱିତୀୟ ଡୋଜ୍ ଟିକା ନେବା ପାଇଁ ବହୁ ସଂଖ୍ୟାରେ ଆସି ନିର୍ଦ୍ଦିଷ୍ଟ ହସ୍ପିଟାଲରେ ପହଞ୍ଚିଥିଲେ । ମାତ୍ର ସେମାନଙ୍କୁ ଦାୟିତ୍ୱରେ ଥିବା କର୍ମଚାରୀମାନେ ଆଜି ଟିକା ନାହିଁ, ଆସିଲେ ପୁଣି ଜଣାଇ ଦିଆଯିବ ବୋଲି କହି ଫେରାଇ ଦେଇଥିଲେ। ଫଳରେ ଦୂରଦୂରାନ୍ତରୁ ଆସିଥିବା ଲୋକମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଯଦି ଟିକା ନ ଥିଲା ଆମକୁ କାହିଁକି ଫୋନ କରି ଲକ୍ଡାଉନ ସମୟରେ ଡକାଗଲା ବୋଲି ସେମାନେ ପ୍ରଶ୍ନ କରିଥିଲେ। ହେଲେ ତାଙ୍କ ପ୍ରଶ୍ନର ଉତ୍ତର ଦେବାକୁ କେହି ନ ଥିଲେ। ଏମିତି ଘଟଣା ଜିଲାର ଧର୍ମଶାଳା, ବଡ଼ଚଣା, ବରୀ, ବିଂଝାରପୁର, ରସୁଲପୁର ଓ ଦାନଗଦି ବ୍ଳକ ଅଞ୍ଚଳରେ ଘଟିଥିବା ଅଭିଯୋଗ ହୋଇଛି। ସେସବୁ ବ୍ଲକରେ ଟିକାଦାନ କାର୍ଯ୍ୟକ୍ରମ ବନ୍ଦ ରଖାଯାଇଛି। ମଙ୍ଗଳବାରଠାରୁ ଯଦି କର୍ତ୍ତୃପକ୍ଷ ଟିକାକରଣ ବନ୍ଦ ପାଇଁ ବିଜ୍ଞପ୍ତି ଜାରି କରିଥିଲେ କାହିଁକି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡ଼କାଇ ଲୋକମାନଙ୍କୁ ହଇରାଣ କରାଗଲା ବୋଲି ଲୋକେ ପ୍ରଶ୍ନ କରିଛନ୍ତି । ସେହିପରି ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ବହୁ ବ୍ୟକ୍ତି ନିରାଶ ହୋଇ ଫେରିଥିବା ଖବର ମିଳିଛି। ବିଭାଗୀୟ ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏହି ଅବ୍ୟବସ୍ଥା ଲାଗି ରହିଥିବା ଅଭିଯୋଗ ହୋଇଛି।
ସେହିପରି ୧୮ରୁ ୪୪ବର୍ଷ ବୟସ ବର୍ଗର ବ୍ୟକ୍ତିଙ୍କ ଟିକାକରଣ କାର୍ଯ୍ୟକ୍ରମ ଯାଜପୁର ଜିଲାରେ ସୋମବାରଠାରୁ ଆରମ୍ଭ ହୋଇଥିଲା । ଏଥିପାଇଁ ଯାଜପୁର ଟାଉନରେ ପ୍ରଥମ ଦିନ ୩୦୦, ମଙ୍ଗଳବାର ୫୦୦ ଓ ବୁଧବାର ୧୦୦୦ ଡୋଜ ଟିକା ଦେବାର ବ୍ୟବସ୍ଥା କରାଯାଇଥିଲା । ପୂର୍ବରୁ ପଞ୍ଜିକରଣ କରାଇ ଏବଂ ସ୍ଲଟ୍ ପାଇଥିବା ଯୁବପିଢୀ ଟିକା ନେବାକୁ ଆଗ୍ରହ ପ୍ରକାଶ କରିଥିବା ପରିଲକ୍ଷିତ ହୋଇଥିଲା। ସମସ୍ତଙ୍କୁ ଟିକା ମିଳିବ ବୋଲି କେନ୍ଦ୍ର ସରକାର ଘୋଷଣା କରି ସାରିଥିଲେ ସୁଦ୍ଧା ଯାଜପୁର ଟାଉନରେ କେବଳ ଟିକାଦାନ କେନ୍ଦ୍ର ଖୋଲା ଯାଇଥିବା ଯୋଗୁ ତା’ର ଫାଇଦା ସ୍ଥାନୀୟ ଅଞ୍ଚଳର ଅଧିକାଂଶ ଲୋକଙ୍କୁ ମିଳିଛି। କିନ୍ତୁ ରାଜ୍ୟ ସରକାର କେବଳ ସହରାଞ୍ଚଳରେ ଥିବା ଜିଲା ମୁଖ୍ୟାଳୟରେ ହିଁ ଏହି ବର୍ଗର ବ୍ୟକ୍ତିଙ୍କୁ ଟିକା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ବ୍ୟାସନଗର ପୌରାଞ୍ଚଳରେ ବି ଏକ ଟିକାଦାନ କେନ୍ଦ୍ର ଖୋଲି ସେଠାରେ ଟିକାଦାନ ବ୍ୟବସ୍ଥା କରିବାକୁ ଦାବି ହେଉଛି। ଏ ସଂକ୍ରାନ୍ତରେ ଯାଜପୁର ରୋଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା. ସନ୍ତୋଷ କୁମାର ପୃଷ୍ଟିଙ୍କୁ ପଚାରିବାରେ ସେ କହିଛନ୍ତି, ଖୁବଶୀଘ୍ର ବ୍ୟାସନଗର ପୌରାଞ୍ଚଳରେ ୧୮ ରୁ ୪୫ ବର୍ଷ ବୟସ୍କଙ୍କୁ ଟିକାକରଣ କରାଯିବ।
Posted inଆମ ଜିଲା ଖବର, ଯାଜପୁର View All
୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ
ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା...
ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ
ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...
ଫାର୍ମାସିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର
ଚନ୍ଦ୍ରପୁର,୮।୬(ଡି.ଏନ୍.ଏ.) – ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ବୁଡ଼ିବାଲି ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ସ୍ବାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇ ୪...
ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ
ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ...
ଏମ୍କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...
ବେଦାନ୍ତର ଅସୁରକ୍ଷିତ ଖଣି
ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର...
ଗଞ୍ଜାମର ୬.୪୩ ଲକ୍ଷ ନେଲେଣି ପ୍ରଥମ ଡୋଜ୍ ଟିକା
ଛତ୍ରପୁର,୧୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ...
ଶ୍ରୀମନ୍ଦିର ହେବ ଆଲୋକୀକରଣ
ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)ର ପାଞ୍ଚଜଣିଆ...


