ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପ୍ରକାଶ ଯେ ଉକ୍ତ ସ୍ଥାନରେ ଗତ କିଛି ଦିନ ହେବ ରେଳ ଲାଇନର ଦୋହରିକରଣ କାମ ଚାଲିଥିବାରୁ ନୂତନ ଓଭର୍‌ ବ୍ରିଜ କାମ ଚାଲୁ ରହିଥିଲା। ଯାହାକୁ ନେଇ ବ୍ରିଜ ନିର୍ମାଣ ନିମନ୍ତେ ଠିକା କମ୍ପାନୀ ପକ୍ଷରୁ ନିକଟରେ ଏକ ଡାଇଭର୍ସନ୍‌ ରାସ୍ତା ନିର୍ମାଣ କରାଯାଇଥିଲା। ଉକ୍ତ ଡାଇଭର୍ସନ୍‌ ରାସ୍ତାଟି ଅତି ନିମ୍ନମାନର କରାଯାଇଥିବା ସହ ସେଠାରେ କଙ୍କଡାନାଳର ପାଣି ଯିବା ପାଇଁ କମ୍‌ ଆୟତ୍ତନର ହୋମ୍‌ ପାଇପ୍‌ ଲଗାଯାଇଥିଲା। ହେଲେ ଲଘୁଚାପଜନିତ ବର୍ଷା ଯୋଗୁଁ ଅଧିକ ମାତ୍ରାରେ ପାଣି ପ୍ରବାହିତ ଯୋଗୁ ହୋମ୍‌ ପାଇପ୍‌ ମଧ୍ୟରେ ନଯାଇ ପାରି ରାସ୍ତାଟି ସମ୍ପୂର୍ଣ୍ଣ ଧୋଇ ହୋଇଗଲା ଶନିବାର ଏହି ରାସ୍ତାରେ ଗାଡ଼ି ଦୁଇ ପାର୍ଶ୍‌ରେ ଛିଡ଼ା ହୋଇରହିଥିବା ସହ ବାଟୋଇ ଲୋକଙ୍କ ଭିଡ଼ ଜମିଥିବା ଦୃଶ୍ୟ ଦେଖିବାକୁ ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସୁଧାରିବା ପାଇଁ ଉଦ୍ୟମ ଜାରି ରଖିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.