ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ଭାରତର ଟେଲିକମ୍ ସେକ୍ଟର, ସରକାରୀ କ୍ଷେତ୍ର, ପ୍ରତିରକ୍ଷା ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସେକ୍ଟର ଉପରେ ସାଇବର ଆକ୍ରମଣ ଲାଗି ଡ୍ରାଗନ ବ୍ଲୁପ୍ରିଣ୍ଟ୍ ପ୍ରସ୍ତୁତ କରିଛି। ଚାଇନାର ବ୍ଲୁପ୍ରିଣ୍ଟ୍ ତାଲିକାରେ ଏନ୍ଟିପିସି ମଧ୍ୟ ରହିଛି। ଏକ ସାଇବର ଇଣ୍ଟେଲଜେନ୍ସ ଏଜେନ୍ସି ପକ୍ଷରୁ କରାଯାଇଥିବା ତଦନ୍ତରୁ ଏ ସମ୍ପର୍କରେ ଜଣାପଡ଼ିଛି। ଆମେରିକାୟ ପକ୍ଷରୁ ପ୍ରକାଶ ପାଇଥିବା ଏସମ୍ପର୍କିତ ରିପୋର୍ଟରେ ମଧ୍ୟ ସାଇବର ଆକ୍ରମଣ ବିଷୟରେ ଉଲ୍ଲେଖ କରାଯାଇଛି। ଭାରତରେ ସାଇବର ଆକ୍ରମଣ ଅଭିଯାନ ଚାଇନାର ସୈନ୍ୟ ବାହିନୀର ଏକ ସ୍ବତନ୍ତ୍ର ଶାଖା ଦ୍ୱାରା କରାଯାଉଛି। ୨୦୨୧ ମାର୍ଚ୍ଚରେ ଏ ସମ୍ପର୍କରେ ଜଣାପଡ଼ିଥିବା ରିପୋର୍ଟରେ ଦର୍ଶାଯାଇଛି। ପୂର୍ବ ଲଦାଖର ଗଲଓ୍ବାନ ଘାଟି ହିଂସା ପରେ ଚାଇନା ପକ୍ଷରୁ ଏଭଳି ଷଡ଼ଯନ୍ତ୍ର ରଚାଯାଇଛି। ୨୦୧୫ରେ ଚାଇନା ସୈନ୍ୟ ବାହିନୀର ପୁନର୍ଗଠନ ପରେ ସାଇବର ଆକ୍ରମଣ ଷଡ଼ଯନ୍ତ୍ର କରାଯାଇଥିବା ରିପୋର୍ଟରେ ପ୍ରକାଶ ପାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.