ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍ ଇନ୍ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଓ ଖଣ୍ଡଗିରି ଓ୍ବାର୍ଡ ନଂ.୨୩ରେ ଥିବା କମ୍ୟୁନିଟି ସେଣ୍ଟର। ଏଠାରେ ଟିକାକରଣ ପାଇଁ ବୁଧବାର ରାତି ୭ଟାରୁ ବୁକିଂ ଆରମ୍ଭ ହୋଇଥିଲା। ଏହାର ମାତ୍ର କିଛି ସମୟ ଭିତରେ ସ୍ଲଟ୍ ଶେଷ ହୋଇଯାଇଥିଲା। ଏସବୁ ଟିକାକରଣ କେନ୍ଦ୍ରରେ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୧୮ରୁ ୪୪ ବର୍ଷ ବର୍ଗର ଏବଂ ୪୫ ଓ ଊଦ୍ଧର୍ବ ବୟସର ହିତାଧିକାରୀଙ୍କୁ ପ୍ରଥମ ଡୋଜ୍ ଦିଆଯିବ। ସେହିଭଳି ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୪୫ ଓ ଊଦ୍ଧର୍ବ ହିତାଧିକାରୀଙ୍କୁ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ଦିଆଯିବ। ନୂଆ ସ୍ଲଟ୍ ୧୦ରୁ ୧୨ତାରିଖ ମଧ୍ୟରେ ମିଳିବ। ସେପଟେ ଭୁବନେଶ୍ୱରରେ ଗତ ୨୪ଘଣ୍ଟାରେ ୫୪୭ଜଣ ନୂଆ ଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪୪୭ଜଣ ସ୍ଥାନୀୟ ଆକ୍ରାନ୍ତ ଥିବାବେଳେ ୧୦୦ଜଣ ହୋମ୍ କ୍ୱାରାଣ୍ଟାଇନରେ ଅଛନ୍ତି। ଫଳରେ ରାଜଧାନୀରେ ଏବେ ମୋଟ ସଂକ୍ରମଣ ୮୨,୧୧୭କୁ ବୃଦ୍ଧି ପାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଭାକ୍ସିନ୍କୁ ପ୍ରଭାବହୀନ କରିବା ଆଶଙ୍କା…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ...
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...
କରୋନାରୁ ସୁସ୍ଥ ହୃଦ୍ରୋଗୀ ହାର୍ଟ ଚେକ୍ ଅପ୍ କରିବାକୁ ପରାମର୍ଶ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି ।...
ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍ଇ ବୋର୍ଡ ପକ୍ଷରୁ ଆଗତ...
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍-୧୯ ନମୁନାରେ ଭାଇରାଲ ଲୋଡ୍ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ...


