ଆମ ଜିଲା ଖବର

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା ପୋଲିସ ଘଟଣାରେ ସମ୍ପୃକ୍ତ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପ୍ରକାଶ ସିଂ ଚାଓଲେ(୪୮)। ତାଙ୍କ ଘର ମଧ୍ୟପ୍ରଦେଶ ଭୋପାଳ ଜିଲା କଦଲୀଖାଡ ଗ୍ରାମରେ।

ମିଳିଥିବା ସୂଚନା ଅନୁଯାୟୀ, ଗତ ଡିସେମ୍ବର ମାସରେ ସୁନ୍ଦରଗଡ଼ ଜଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଷ୍ଟେଟବ୍ୟାଙ୍କ ଜମାଖାତାରୁ ମଧ୍ୟାହ୍ନ ଭୋଜନ ବାବଦ ଟଙ୍କା ଅନ୍ୟ ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରାଯାଇଥିଲା। ହେଲେ ଏହି ଟଙ୍କା ଉକ୍ତ ଆକାଉଣ୍ଟକୁ ନ ଯାଇ ବାହାର ରାଜ୍ୟର ଅନ୍ୟ ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା। ଏହା ଜଣାପଡିବା ପରେ ସମ୍ପୃକ୍ତ ଅଧିକାରୀ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ।

ଏପରିକି ଜିଲା ଶିକ୍ଷା ଅଧିକାରୀ ପ୍ରମୋଦ ଷଡ଼ଙ୍ଗୀ ଗତ ୨୦ ତାରିଖରେ ଏନେଇ ସୁନ୍ଦରଗଡ଼ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୧୭୭/୨୦୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ମଧ୍ୟପ୍ରଦେଶରେ ପହଞ୍ଚି ସ୍ଥାନୀୟ ପୋଲିସ ସହାୟତାରେ ଯାଞ୍ଚ କରିଥିତ୍ଲା। ଯାଞ୍ଚ ବେଳେ ଉକ୍ତ ଟଙ୍କାରୁ ପ୍ରକାଶ ସିଂ ୧୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା ଜଣାପଡିଥିଲା। ସରକାରୀ ଟଙ୍କା ହଢପ ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ପୋଲିସ ୩୫ ଲକ୍ଷ ଟଙ୍କା ଉଦ୍ଧାର କରିଛି।

 

webteam

Recent Posts

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

ଶତ୍ରୁତାକୁ ନେଇ ପୋଲ ତଳକୁ ଠେଲିଦେଇଥିଲେ

ଦେବଗଡ଼,୨୮ା୫: ଦେବଗଡ଼ ଥାନା ଅଧୀନ ଶୁଳିଆ ପୋଲତଳୁ ମୁମୂର୍ଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ୨୩ ତାରିଖରେ ଉଦ୍ଧାର କରାଯାଇଥିଲା। ପରେ…

5 years ago

This website uses cookies.