ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍ରେ ଏହାକୁ ଉଦ୍ଘାଟନ କରିଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡ୍ ସମୟରେ ପିଲାମାନେ କେତେ ଶିକ୍ଷାଲାଭ କଲେ ତାହାର ଆକଳନ ଏବଂ ଶିକ୍ଷା କ୍ଷେତ୍ରରେ ନିଆଯାଉଥିବା ବୈପ୍ଳବିକ ପରିବର୍ତ୍ତନ ଯଥା ଡିଜିଟାଲ୍ ଶିକ୍ଷା ଓ ସ୍ମାର୍ଟ କ୍ଲାସ୍ରେ ଏହା ବିଶେଷ ସହାୟକ ହେବ। ଏହି ପୋର୍ଟାଲ ଦ୍ୱାରା ଉଭୟ ଜିଲା ଓ ରାଜ୍ୟସ୍ତରର ଶିକ୍ଷା ପ୍ରଶାସକ ଶିକ୍ଷା ଅଗ୍ରଗତିର ସମୀକ୍ଷା କରିପାରିବେ। ଗତବର୍ଷ ବିଭିନ୍ନ ପ୍ରୟାସ ସତ୍ତ୍ବେ ରାଜ୍ୟର ସବୁ ପିଲାଙ୍କ ପାଖରେ ଶିକ୍ଷା ପହଞ୍ଚାଇବା ସମ୍ଭବ ହୋଇ ନ ଥିଲା। ଦୁର୍ଗମ ଅଞ୍ଚଳରେ ଥିବା ପିଲା ପାଖରେ କିପରି ଶିକ୍ଷା ପହଞ୍ଚାଇବା ତାହା ବର୍ତ୍ତମାନ ଆମର ମୂଳ ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ବିଭାଗ ଦ୍ୱାରା ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ।
‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍ ଆକ୍ରାନ୍ତ’
ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍ ସମସ୍ୟାରେ ପୀଡିତ ହେଉଛନ୍ତି ।...
ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...
ଶ୍ରୀମନ୍ଦିର ହେବ ଆଲୋକୀକରଣ
ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)ର ପାଞ୍ଚଜଣିଆ...
ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର
ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ...
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...
୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...


