E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍‌ମୋ ମେଶିନ
12:09 pmJune 10, 2021

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍‌ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ ବହୁ ରୋଗୀ ଚିକିତ୍ସା ପାଇଁ ଅନ୍ୟ ରାଜ୍ୟକୁ ସ୍ଥାନାନ୍ତର ହେଉଛନ୍ତି। ତେଣୁ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଏକ୍‌ମୋ ମେଶିନ ପ୍ରତିଷ୍ଠା ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏସ୍‌ସିବି ମେଡିକାଲ ସମେତ କ୍ୟାପିଟାଲ ହସ୍ପିଟାଲରେ ମଧ୍ୟ ଏହି ଚିକିତ୍ସା ସେବା ଉପଲବ୍ଧ ହେବ। ରାଜ୍ୟକୁ ଆବଶ୍ୟକ ମେଶିନ ଯୋଗାଣ, ସ୍ଥାପନ ଓ ବ୍ୟବହାର ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି। ଭାରତରେ ଏହି ମେଶିନ ଉତ୍ପାଦନ ହେଉ ନାହିଁ। ତେଣୁ ବିଦେଶରୁ ମେଶିନ ଆଣିବା ପ୍ରକ୍ରିୟା ଚାଲିଥିବା ଡିଏମ୍‌ଇଟି ସି.ବି.କେ. ମହାନ୍ତି କହିଛନ୍ତି।
ଗୁରୁତର ରୋଗୀଙ୍କ ଫୁସ୍‌ଫୁସ୍‌ ଓ ହୃତ୍‌ପିଣ୍ଡ ଠିକ୍‌ରେ କାମ କରୁ ନ ଥିଲେ ଏକ୍ସଟ୍ରାକର୍ପୋରିଲ୍‌ ମେମ୍ବ୍ରାନ୍‌ ଅକ୍ସିଜେନେଶନ (ଏକ୍‌ମୋ) ମେଶିନର ଆବଶ୍ୟକ ପଡ଼େ। ବାହାରୁ ଅକ୍ସିଜେନ ଦିଆଗଲେ ବି ଯଦି ଫୁସ୍‌ଫୁସ୍‌ ଶରୀରକୁ ଯୋଗାଇବାରେ ବିଫଳ ହୁଏ କିମ୍ବା ଭେଣ୍ଟିଲେଟର ଲାଗିବା ପରେ ଯଦି ଶରୀରୁ ଅଙ୍ଗାରକାମ୍ଳ ନିର୍ଗତ ନ ହୁଏ କିମ୍ବା ହୃତ୍‌ପିଣ୍ଡ ଶରୀରକୁ ପର୍ଯ୍ୟାପ୍ତ ପରିମାଣର ରକ୍ତ ଯୋଗାଣରେ ବିଫଳ ହୁଏ, ସେତେବେଳେ ମଧ୍ୟ ଏକ୍‌ମୋ ମେଶିନ ବ୍ୟବହାର ହୋଇଥାଏ। ଓଡ଼ିଶାରେ ମାତ୍ର ଦୁଇଟି ଘରୋଇ ହସ୍ପିଟାଲରେ ଏକ୍‌ମୋ ମେଶିନ ରହିଥିଲେ ମଧ୍ୟ ରାଜ୍ୟର କୌଣସି ସରକାରୀ ମେଡିକାଲରେ ଏହି ଚିକିତ୍ସା ଉପଲବ୍ଧ ନାହିଁ। ଫଳରେ ସପ୍ତାହ ମଧ୍ୟରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ଏୟାରଲିଫ୍ଟିଂ କରାଯାଇସାରିଲାଣି। ପ୍ରଥମେ ଗଞ୍ଜାମର ଅମ୍ରିତ ପ୍ରଧାନଙ୍କୁ ଚେନ୍ନାଇକୁ ଏୟାରଲିଫ୍ଟିଂ କରାଯାଇଥିବାବେଳେ ମଙ୍ଗଳବାର ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଓ ବୁଧବାର ଭଦ୍ରକର ଅଭିଷେକ ମହାପାତ୍ରଙ୍କୁ କୋଲକାତାକୁ ଏୟାରଲିଫ୍ଟିଂ କରାଯାଇଛି। ଆଗକୁ ଏହି ଚିକିତ୍ସା ପାଇବାକୁ ଥିବା ରୋଗୀଙ୍କ ସଂଖ୍ୟା ବଢ଼ିଲେ ସ୍ଥିତି ଅସମ୍ଭାଳ ହୋଇଯିବ ବୋଲି ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ସବୁଠାରୁ ବଡ଼ କଥା ହେଲା ଏହି ଚିକିତ୍ସା ପାଇଁ ଯାଉଥିବା ରୋଗୀଙ୍କ ଲାଗି ଦିନକୁ ପ୍ରାୟ ୨ରୁ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥାଏ।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...

ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଜୁନ୍‌ ୨୦ ବିଶ୍ୱ ଶରଣାର୍ଥୀ ଦିବସ ଅବସରରେ ଶରଣାର୍ଥୀ ସଙ୍କଟ ଉପରେ ଜାତିସଂଘର କୂଟନୀତିଜ୍ଞ, ନୀତି ଅଧିକାରୀ ତଥା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ...

ଅଡ୍‌ ଇଭିନ୍‌ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…

ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍‌ଡାଉନ୍‌ ପରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା...

କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪...

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା...

ଏଥର ସ୍ବାଭାବିକ ମୌସୁମୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି...

ଟିକାଦାନ ଏବେ ଭୋଟ୍‌ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
Next Post Next post:
କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts