କୋଲକତା,୧।୬: ପଶ୍ଚିମବଙ୍ଗ ରାଜନୀତିରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହଁି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ହୋଇଥିବା ବାତ୍ୟା ବୈଠକରେ ଯୋଗ ଦେଇ ନ ଥିବାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଦୂରତା ଆହୁରି ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ମମତା ନାଁରେ ମିଥ୍ୟା ଅଭିଯୋଗ ଆଣିଛନ୍ତି ଏବଂ ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏହି ସଭାରେ ଯୋଗଦେବେ ନାହିଁ ବୋଲି ପୂର୍ବରୁ ସଙ୍କେତ ଦେଇସାରିଥିଲେ। ମଙ୍ଗଳବାର ଜଗଦୀପ ଧନଖର ଟୁଇଟ୍ କରି ଦାବି କରିଛନ୍ତି ଯେ, ମେ ୨୮ ବୈଠକ ପୂର୍ବ ଦିନ ରାତିରେ ମମତା ବାନାର୍ଜୀ ତାଙ୍କୁ ମେସେଜ କରି କହିଥିଲେ ଯେ, ଯଦି ଏହି ବୈଠକରେ ଶୁଭେନ୍ଦୁ ଅଧିକାରୀ ଉପସ୍ଥିତ ରହିବେ, ତା’ହେଲେ ସେ ଏହି ବୈଠକକୁ ସେ ବୟକଟ୍ କରିବେ। ଜନସେବା ଉପରେ ଅହଂକାର ଭାରୀ ପଡିଛି ବୋଲି ରାଜ୍ୟପାଳ ଟୁଇଟ୍ ଯୋଗେ ମମତାଙ୍କୁ ଟାର୍ଗେଟ କରିଛନ୍ତି।
ନିକଟରେ ବାତ୍ୟା ୟାସର କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଯାଇଥିଲେ। ତେବେ ମୋଦିଙ୍କ ସମୀକ୍ଷା ବୈଠକରେ ବିରୋଧୀ ଦଳର ବିଧାୟକମାନେ ଯୋଗଦେଇଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ମୁଖ୍ୟ ଶାସନ ସଚିବ ଅଲପନ ଏଥିରେ ଯୋଗ ଦେଇ ନଥିଲେ। ସେମାନେ କେବଳ ମୋଦିଙ୍କୁ କ୍ଷୟକ୍ଷତି ରିପୋର୍ଟ ଧରାଇ ଦେଇ ଦିଘାକୁ କ୍ଷୟକ୍ଷତି ଆକଳନ କରିବାକୁ ଚାଲି ଯାଇଥିଲେ। ଏହାକୁ ନେଇ ବିବାଦ ଦେଖାଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.