ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା ଦାୟିତ୍ୱ ତାଙ୍କୁ ନ ଦିଆଯିବାକୁ ନିଷ୍ପତ୍ତି ନିଆଯାଇପାରିବନି ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ କହିଛନ୍ତି।
ପଞ୍ଜାବର ଜଣେ ମହିଳା ଅଷ୍ଟ୍ରେଲିଆ ନାଗରିକ ଥିବା ତାଙ୍କ ପୂର୍ବତନ ସ୍ବାମୀଙ୍କଠାରୁ ୪ ବର୍ଷୀୟ ଝିଅଙ୍କ ଲାଳନପାଳନ ଦାୟିତ୍ୱ ନେବା ପାଇଁ କୋର୍ଟରେ ପିଟିଶନ ଦାଖଲ କରିଥିଲେ। ଜଷ୍ଟିସ୍ ଅନୁପିନ୍ଦର ସିଂ ଗ୍ରଓ୍ବୋଲ ପିଟିଶନ ଗ୍ରହଣ କରି ମହିଳା ଜଣକ ଅଷ୍ଟ୍ରେଲିଆରେ ରହୁଥିବା ତାଙ୍କ ଝିଅର ଦାୟିତ୍ୱ ନେଇପାରିବେ ବୋଲି ରାୟ ଦେଇଥିଲେ। ମହିଳାଙ୍କ ଅନ୍ୟ କାହା ସହ ସମ୍ପର୍କ ରହିଥିବା ନେଇ ତାଙ୍କ ସ୍ବାମୀ ଅଭିଯୋଗ ଆଣିଥିଲେ। ପୁରୁଷ ପ୍ରଧାନ ସମାଜରେ ନାରୀଙ୍କ ଚରିତ୍ର ଉପରେ କଥା ଉଠିବା ସାଧାରଣ କଥା ଏବଂ ଅନେକ ସମୟରେ ଏହା ଭିତ୍ତିହୀନ ହୋଇଥାଏ। ମହିଳାଙ୍କ ଅନ୍ୟ କାହା ସହ ସମ୍ପର୍କ ଥିଲେ ମଧ୍ୟ ସେ ଜଣେ ଭଲ ମା’ ହୋଇପାରିବେନି ବୋଲି କହିବା ଉଚିତ ନୁହେଁ ବୋଲି କୋର୍ଟ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.