ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଛି। ଅପରପକ୍ଷରେ ନୂଆ ଡେଲ୍ଡା ପ୍ଲସ୍‌ ଭାରିଆଣ୍ଟ୍‌କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ଦେଶରେ ନୂଆ ବିପଦ ମାଡ଼ିଆସୁଛି। କରୋନା ଭୂତାଣୁର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ସଂକ୍ରମଣ ଦେଶରେ ଆରମ୍ଭ ହୋଇସାରିଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅର୍ଥାତ୍‌ ବି-୧-୬୧୭-୨-୧ କରୋନା ଭାକ୍ସିନ୍‌କୁ ପ୍ରଭାବହୀନ କରିବା ସହିତ ଶରୀରର ରୋଗପ୍ରତିରୋଧକ ଶକ୍ତିକୁ ସହଜରେ ପରାସ୍ତ କରିବ ବୋଲି ବିଶେଷଜ୍ଞ ମତପୋଷଣ କରିବା ସହିତ ସତର୍କ ସୂଚନା ଜାରି କରିଛନ୍ତି। ଦେଶରେ ମହାରାଷ୍ଟ୍ର, କେରଳ ଏବଂ ମଧ୍ୟପ୍ରଦେଶ ଆଦି ୩ ରାଜ୍ୟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ରରେ ୨୧ ଜଣଙ୍କଠାରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଚିହ୍ନଟ ହୋଇଥିବାବେଳେ କେରଳରେ ୩ ଜଣ ଏବଂ ମଧ୍ୟପ୍ରଦେଶରେ ୫ ଜଣ ଏହାଯୋଗୁ ଆକ୍ରାନ୍ତ ହୋଇଛନ୍ତି। ମହାରାଷ୍ଟ୍ରର ଜଲଗାଓଁରେ ୯ଜଣ, ମୁମ୍ବାଇରେ ୭ ଜଣ, ସିନ୍ଧୁଦୁର୍ଗ, ଥାଣେ ଏବଂ ପାଲଘର ଆଦି ଜିଲାରେ ଜଣେ ଜଣେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। କେରଳର ପାଲକ୍କଡ୍‌ ଜିଲାରେ ୨ ଜଣ ଏବଂ ପାଥାନାମିଥିଟ୍ଟା ଜିଲାରେ ଜଣେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମଧ୍ୟପ୍ରଦେଶର ଭୋପାଳରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ର ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ ତୁଳନାରେ ଅଧିକ ବେଗରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଥିବା ବିଶେଷଜ୍ଞମାନେ ମତପୋଷଣ କରିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.