ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଥିବା ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ତୁଷାରକାନ୍ତ ମହାନ୍ତିଙ୍କୁ ଲ୍ୟାଣ୍ଡ୍ ରେକର୍ଡସ ଆଣ୍ଡ୍ ସର୍ଭେର ନିର୍ଦ୍ଦେଶକ, ମନୋଜ କୁମାର ମହାନ୍ତିଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ, ବିଜୟ କୁମାର ଦାସଙ୍କୁ ଇଡ୍କୋ ସିଜିଏମ୍ (ଲ୍ୟାଣ୍ଡ୍) ଏବଂ ରତ୍ନାକର ସାହୁଙ୍କୁ ନବରଙ୍ଗପୁର ଏଡିଏମ୍ ଭାବେ ନିଯୁକ୍ତି ଦିଆଯାଇଛି। ସୂଚନାଯୋଗ୍ୟ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଅବସର ନେଇଥିଲେ। ଏହାପରେ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀଙ୍କୁ ପରବର୍ତ୍ତୀ ବିଜ୍ଞପ୍ତି ପ୍ରକାଶ ପାଇବା ପର୍ଯ୍ୟନ୍ତ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିଲା। ଏହି କ୍ରମରେ ନିରଞ୍ଜନ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଥିଲେ।
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ
ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...
ପ୍ଲଟ୍ ଦେବା ନାଁରେ ୧୫ ଲକ୍ଷ ଠକେଇ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪...
ଭାଜପା-ବିଜେଡିର ଟୁଇଟ୍ ଯୁଦ୍ଧ
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...
ଛେଳିର ଅନ୍ତ୍ୟେଷ୍ଟିକ୍ରିୟା
ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ...
ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ...
ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍
ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ...
ବୋମାମାଡ଼ କରି ବିଜେଡି ନେତା ଗିରଫ
ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...


