ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ ଫାଇଜର ଭାକ୍ସିନ୍ର ଏକ୍ସପାୟର ଡୋଜ୍ ଦିଆଯାଇଛି। ଜୁନ୍ ୫ରୁ ଜୁନ୍ ୧୦ ମଧ୍ୟରେ ଏଭଳି ଘଟିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏକ୍ସପାୟର ଭାକ୍ସିନ୍ର ଡୋଜ୍ ନେଇଥିବା ଲୋକଙ୍କ ଶୀଘ୍ର ନୂଆ ଡୋଜ୍ ଦେବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଲୋକଙ୍କୁ ଏକ୍ସପାୟର ଭାକ୍ସିନ୍ ଦିଆଯାଇଥିବା ସମ୍ପର୍କରେ ଜୁନ୍ ୧୫ରେ ଜଣାପଡ଼ିବା ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି। ଭାକ୍ସିନ୍ ପ୍ରଦାନ କାର୍ଯ୍ୟ ଜାରି ରଖିଥିବା କମ୍ପାନୀ ଏଟିସି ଭାକ୍ସିନେଶନ ସର୍ଭିସେଜ୍ ପକ୍ଷରୁ ଏନେଇ ଦୁଃଖ ପ୍ରକାଶ କରାଯାଇଛି। ତେବେ ଏକ୍ସପାୟର ଭାକ୍ସିନ୍ର ଡୋଜ୍ ନେଇଥିବା ଲୋକଙ୍କ ସ୍ବାସ୍ଥ୍ୟ ଉପରେ କୌଣସି ନକାରାତ୍ମକ ପ୍ରଭାବ ପଡ଼ିବ ନାହିଁ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ମାତ୍ର ଏହାକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.