ନୂଆଦିଲ୍ଲୀ, ୧୩।୬(ଆଇଏଏନ୍ଏସ୍): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍ଦାର କରିବା ଲାଗି ଆସନ୍ତା ୨୬ ତାରିଖରେ ସବୁ ରାଜ୍ୟର ରାଜଭବନ ସମ୍ମୁଖରେ ଧାରଣା ଦେବା ପାଇଁ କୃଷକ ସଂଗଠନ ଘୋଷଣା କରିଛି। ସେଦିନ ରାଜଭବନ ଆଗରେ ଚାଷୀମାନେ ଏକାଠି ହୋଇ ପ୍ରତିବାଦ କରିବା ସହ କଳା ପତାକା ଦେଖାଇବେ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍କେଏମ୍) ନେତା କହିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଏକ ସ୍ମାରକ ପତ୍ର ପଠାଯିବ। ସେହିଦିନକୁ ‘କୃଷି ବଞ୍ଚାଅ, ଗଣତନ୍ତ୍ର ବଞ୍ଚାଅ ଦିବସ’ ଭାବେ ପାଳନ କରାଯିବ ବୋଲି ଭାରତୀୟ କିଷାନ ୟୁନିୟନ (ବିକେୟୁ) ନେତା ଧର୍ମେନ୍ଦ୍ର ମଲିକ କହିଛନ୍ତି। ଚାଷୀ ନେତାଙ୍କ କହିବା ଅନୁଯାୟୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୧୯୭୫ ଜୁନ୍ ୨୬ରେ ଦେଶରେ ଜରୁରୀ ପରିସ୍ଥିତି ଲାଗୁ କରିଥିଲେ। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ଏକପ୍ରକାର ଅଘୋଷିତ ଜରୁରୀ ସ୍ଥିତି ଲାଗୁ କରିଛନ୍ତି। ଦିଲ୍ଲୀ ସୀମାରେ ମହିଳାମାନଙ୍କ ନିରାପତ୍ତାକୁ ନେଇ ଚାଷୀମାନେ ଚିନ୍ତାବ୍ୟକ୍ତ କରିଛନ୍ତି।
ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…
ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ ସରକାର...
ଟିକା ଦିଅ, ଇଲିଶି ନିଅ
ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍ ଟିକା ଯୋଗାଇବାରେ...
ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର
ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର...
ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍...
ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ
ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...
ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍ସି
ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...
ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ
ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ...


