ମାଲକାନଗିରି/ଏମ୍ଭି୭୯,୧୮ା୬: ପୋଲିସ ଏନ୍କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି।
ମିଳିଥିବା ସୂଚନା ମୁତାବକ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବସ୍ତର ଏବଂ ସୁକ୍ମା ଜିଲା ସୀମାନ୍ତବର୍ତ୍ତୀ ଅଞ୍ଚଳର ଚାନ୍ଦମେଟା, ପଟେଲପାରା, ଗଡ଼ମେପାରା, ଆଣ୍ଡାଲପାରା, ତୁଲସୀ ଡୋଙ୍ଗ୍ରି, ପାୟାରବ ଏବଂ କାଙ୍ଗେରଘାଟି ଏରିଆରେ ମାଓବାଦୀଙ୍କ ଉପସ୍ଥିତି ନେଇ ପୋଲିସକୁ ସୂଚନା ମିଳିଥିଲା। ଏନେଇ ବସ୍ତର ଓ ଦାନ୍ତେୱାଡା ଡିଆର୍ଜି ଟିମ୍, ସୁକ୍ମା ଜିଲା ପୋଲିସ ଫୋର୍ସ, ସିଆର୍ପିଏଫ୍ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ କରାଯାଇଥିଲା l ଶୁକ୍ରବାର ସକାଳ ୮ଟାରେ ଚାନ୍ଦମେଟା ଏବଂ ପୟାରଭଣ୍ଟ ଜଙ୍ଗଲରେ ମାଓବାଦୀ ଏବଂ ବସ୍ତର ଡିଆର୍ଜି ଟିମ୍ ମୁହାଁମୁହିଁ ହୋଇଥିଲେ। ଉଭୟପକ୍ଷଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୋଲିସ ଗୁଳିର ସାମ୍ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପୋଲିସ ଏନ୍କାଉଣ୍ଟରରେ ଜଣେ ମହିଳା ମାଓବାଦୀ ନିହତ ହୋଇଥିବା ତଲାସି ବେଳେ ଜଣାପଡ଼ିଥିଲା। ଘଟଣାସ୍ଥଳରୁ ଏକେ-୪୭ ରାଇଫଲ, ୨ଟି ପିସ୍ତଲ, ୧୨ ବୋର୍ ବନ୍ଧୁକ ସହ ମାଓବାଦୀ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଥିଲା। ସମ୍ପୃକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋର୍ଦାର କରାଯାଇଥିବା ବସ୍ତର ଆଇଜି ସୁନ୍ଦରରାଜ ପି.କହିଛନ୍ତି।
Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ View All
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...
ଗୋଟିଏ କୋଠରିରେ ୧୫୦ କର୍ମଚାରୀ
ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ...
ଆଉ ୩ ସ୍ଥାନରେ ଡ୍ରାଇଭ୍ ଇନ୍ ଭାକ୍ସିନେଶନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍ ଇନ୍ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବ୍ୟବସ୍ଥା କରିଛି।...
୨୨ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଆସନ୍ତା ୨୨ ତାରିଖରୁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲାକୁ...
ମଦ ପାଇଁ ଏଏସ୍ଆଇ ସସ୍ପେଣ୍ଡ
ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍ଆଇ ବୀରଭଦ୍ର ବେହେରାଙ୍କୁ ସସ୍ପେଣ୍ଡ କରିଛନ୍ତି...
ଗଞ୍ଜାମରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା: ପୁଣି ନେଲା ୩ ମୁଣ୍ଡ
ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି।...
ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ...
ଡବଲ ଡୋଜ୍ ଭାକ୍ସିନ ପରେ ବି ହୋଇପାରେ କରୋନା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ...


