ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି। ଏହି ମର୍ମରେ ବିରୋଧୀ ଦଳଗୁଡ଼ିକୁ ଦୁର୍ବଳ କରିବା ଲାଗି ଛାମୁଆ ନେତାଙ୍କୁ ଦଳରେ ସାମିଲ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ୨୦୨୨ରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ମଣିପୁର ଏବଂ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାର ଠିକ୍ ପୂର୍ବରୁ ଉତ୍ତରପ୍ରଦେଶର କଂଗ୍ରେସକୁ ଝଟ୍କା ଲାଗିଛି। ବାଡ଼ଡେଇଁ କଂଗ୍ରେସ ନେତା ଜିତିନ ପ୍ରସାଦ କେନ୍ଦ୍ରୀୟ ମନ୍ତ୍ରୀ ପୀୟୂଷ ଗୋଏଲଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ୪୮ ବର୍ଷ ବୟସ୍କ ଜିତିନ ପ୍ରସାଦ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଏବଂ ପି.ଭି. ନରସିଂହ ରାଓଙ୍କର ରାଜନୈତିକ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ସେ ଭାଜପାରେ ଯୋଗଦେବା ଦ୍ୱାରା ଉତ୍ତରପ୍ରଦେଶରେ ଦଳର ଶକ୍ତି ବୃଦ୍ଧି ହୋଇପାରିବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଭାଜପାରେ ଯୋଗଦେଇ ଜିତିନ୍ କହିଛନ୍ତି ଯେ, ତିନି ପିଢ଼ୀ ଧରି ଆମର ପୂର୍ବପୁରୁଷ କଂଗ୍ରେସରେ ରହି ଆସିଥିଲେ। ତେବେ ଏବେ ଗତ ୮-୧୦ ବର୍ଷ ଧରି ମୁଁ ଅନୁଭବ କରୁଛି ଦେଶର ବିକାଶ ପାଇଁ କାର୍ଯ୍ୟ କରୁଥିବା ଏକମାତ୍ର ରାଜନୈତିକ ଦଳ ହେଉଛି ଭାଜପା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର ବିକାଶ ଧାରା ଜାରି ରହିଛି। ଏପରିସ୍ଥଳେ ସେ ଭାଜପା ପ୍ରତି ଆକର୍ଷିତ ହୋଇଥିବା ଜିତିନ୍ କହିଛନ୍ତି। ଭାଜପାରେ ଜଣେ କଂଗ୍ରେସ ନେତା ସାମିଲ ହେବା ନେଇ ଦଳର ରାଷ୍ଟ୍ରୀୟ ପ୍ରବକ୍ତା ତଥା ଏମ୍ପି ଅନୀଲ ବଲୁନି ବୁଧବାର ପୂର୍ବାହ୍ନ ୧୦ଟା ୪୦ରେ ଟୁଇଟ୍ କରି ସୂଚନା ଦେଇଥିଲେ। ତେବେ ସେ କାହାର ନାମ ସମ୍ପର୍କରେ ସୂଚନା ଦେଇ ନ ଥିଲେ। ଫଳରେ ଏନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.