ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍ ଭାରିଆଣ୍ଟ୍କୁ ଯୋଗୁ ଦେଶରେ ତୃତୀୟ ଲହର ସୃଷ୍ଟି ହେବାର ଆଶଙ୍କା ଥିବା ବିଶେଷଜ୍ଞ ସେପରି କୌଣସି ତଥ୍ୟ ପ୍ରକାଶ କରି ନ ଥିଲେ ମଧ୍ୟ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ନେଇ ସରକାରଙ୍କ ଚିନ୍ତା ବଢ଼ିବା ସହିତ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଏପରିସ୍ଥଳେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ରେ ଆକ୍ରାନ୍ତ ହୋଇ ମଧ୍ୟପ୍ରଦେଶ ଉଜ୍ଜୟନୀରେ ପ୍ରଥମ ମୃତ୍ୟୁ ଘଟିଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଭୂତାଣୁ ବି-୧-୬୧୭-୨-୧ ଦ୍ୱାରା ମହାରାଷ୍ଟ୍ର, ମଧ୍ୟପ୍ରଦେଶ, କେରଳ, ତାମିଲନାଡୁ, କର୍ନାଟକ, ପଞ୍ଜାବ, ଆନ୍ଧ୍ରପ୍ରଦେଶ ଏବଂ ଜମ୍ମୁ-କଶ୍ମୀର ଆଦି ୮ ରାଜ୍ୟରେ ଆକ୍ରାନ୍ତ ହୋଇଛନ୍ତି। ମହାରାଷ୍ଟ୍ରରେ ୨୧ ଜଣଙ୍କଠାରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଚିହ୍ନଟ ହୋଇଥିବାବେଳେ ମଧ୍ୟପ୍ରଦେଶରେ ୬ ଜଣ, କେରଳରେ ୩ ଜଣ, ତାମିଲନାଡୁରେ ୩, କର୍ନାଟକରେ ୨, ପଞ୍ଜାବରେ ଜଣେ, ଆନ୍ଧ୍ରପ୍ରଦେଶରେ ଜଣେ ଏବଂ ଜମ୍ମୁ-କଶ୍ମୀରରେ ଜଣେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଡେଲ୍ଟା ଭାରିଆଣ୍ଟ୍ ତୁଳନାରେ ଅଧିକ ବେଗରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଥିବା ବିଶେଷଜ୍ଞମାନେ କହିିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍ ଭାକ୍ସିନ୍…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...
ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍
ନୂଆଦିଲ୍ଲୀ,୧୬।୫: କରୋନାର ସମ୍ଭାବ୍ୟ ତୃତୀୟ ଲହର ସହ ମୁକାବିଲା ନେଇ ଦିଲ୍ଲୀ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଡାକ୍ତରୀ କର୍ମଚାରୀଙ୍କ ଅଭାବକୁ ଧ୍ୟାନରେ ରଖି...
ସିନୋଭାକ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...
ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ
କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ...
ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି...
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...
୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…
ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...


