ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍ ଭାରିଆଣ୍ଟ୍କୁ ଯୋଗୁ ଦେଶରେ ତୃତୀୟ ଲହର ସୃଷ୍ଟି ହେବାର ଆଶଙ୍କା ଥିବା ବିଶେଷଜ୍ଞ ସେପରି କୌଣସି ତଥ୍ୟ ପ୍ରକାଶ କରି ନ ଥିଲେ ମଧ୍ୟ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ନେଇ ସରକାରଙ୍କ ଚିନ୍ତା ବଢ଼ିବା ସହିତ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଏପରିସ୍ଥଳେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ରେ ଆକ୍ରାନ୍ତ ହୋଇ ମଧ୍ୟପ୍ରଦେଶ ଉଜ୍ଜୟନୀରେ ପ୍ରଥମ ମୃତ୍ୟୁ ଘଟିଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଭୂତାଣୁ ବି-୧-୬୧୭-୨-୧ ଦ୍ୱାରା ମହାରାଷ୍ଟ୍ର, ମଧ୍ୟପ୍ରଦେଶ, କେରଳ, ତାମିଲନାଡୁ, କର୍ନାଟକ, ପଞ୍ଜାବ, ଆନ୍ଧ୍ରପ୍ରଦେଶ ଏବଂ ଜମ୍ମୁ-କଶ୍ମୀର ଆଦି ୮ ରାଜ୍ୟରେ ଆକ୍ରାନ୍ତ ହୋଇଛନ୍ତି। ମହାରାଷ୍ଟ୍ରରେ ୨୧ ଜଣଙ୍କଠାରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଚିହ୍ନଟ ହୋଇଥିବାବେଳେ ମଧ୍ୟପ୍ରଦେଶରେ ୬ ଜଣ, କେରଳରେ ୩ ଜଣ, ତାମିଲନାଡୁରେ ୩, କର୍ନାଟକରେ ୨, ପଞ୍ଜାବରେ ଜଣେ, ଆନ୍ଧ୍ରପ୍ରଦେଶରେ ଜଣେ ଏବଂ ଜମ୍ମୁ-କଶ୍ମୀରରେ ଜଣେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଡେଲ୍ଟା ଭାରିଆଣ୍ଟ୍ ତୁଳନାରେ ଅଧିକ ବେଗରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଥିବା ବିଶେଷଜ୍ଞମାନେ କହିିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.