ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି। ଏହିକମ୍ରରେ ଏବେ ରାଜସ୍ଥାନ ମଧ୍ୟ ସାମିଲ ହୋଇଯାଇଛି। ରାଜସ୍ଥାନରେ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ରୋଗୀ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ରାଜସ୍ଥାନ ବିକାନେର ଜିଲାର ଅଧିକାରୀମାନେ ଏନେଇ ପୃଷ୍ଟି କରିଛନ୍ତି। ସୂଚନାଯୋଗ୍ୟ, ଜଣେ ୬୫ବର୍ଷୀୟ ମହିଳାଙ୍କ ନିକଟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଥିବା ନେଇ ବିକାନେରର ମୁଖ୍ୟ ଚିକିତ୍ସା ଏବଂ ସ୍ବାସ୍ଥ୍ୟ ଅଧିକାରୀ ଓମ୍‌ ପ୍ରକାଶ ଚହର ସୂଚନା ଦେଇଛନ୍ତି। ମେ’୩୧ରେ ଉକ୍ତ ମହିଳାଙ୍କ କରୋନା ଟେଷ୍ଟ କରାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ମହିଳାଜଣକ ବିନା ଚିକିତ୍ସାରେ ସୁସ୍ଥ ହୋଇଯାଇଥିଲେ। କିନ୍ତୁ ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିିଗିଡ଼ିଯାଇଥିଲା। ଏହାପରେ ମହିଳାଙ୍କ ଯାଞ୍ଚ କରାଯିବାରୁ ତାଙ୍କ ନିକଟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଥିବା ଜଣାପଡ଼ିଥିଲା। ତେବେ ସବୁଠାରୁ ବଡ଼ କଥା ହେଉଛି ମହିଳାଜଣକ ପୂର୍ବରୁ କୋଭାକ୍ସିନ ଟିକାର ଦୁଇଟି ଡୋଜ୍‌ ନେଇସାରିଛନ୍ତି ବୋଲି ଓମ୍‌ ପ୍ରକାଶ କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.