Categories: ଖେଳ

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର ପ୍ରଥମ ଘଣ୍ଟା ନ୍ୟୁଜିଲାଣ୍ଡର ଅଧିନାୟକ କେନ ଓ୍ବିଲିୟମସନ ଓ ରସ ଟେଲର ବେଶ୍‌ ଧୈର୍ଯ୍ୟର ସହ ଖେଳିଥିଲେ। କିନ୍ତୁ ଡ୍ରିଙ୍କ୍ସ ପରେ ବଦଳି ଯାଇଛି ମ୍ୟାଚ୍‌ର ସ୍ଥିତି। ଡ୍ରିଙ୍କ୍ସ ପରେ ଖେଳାଯାଇଥିବା ୮ ଓଭର ମଧ୍ୟରେ ଭାରତକୁ ମିଳିଛି ୩ ସଫଳତା।

 

ପ୍ରଥମେ ୬୪ତମ ଓଭରରେ ରସ ଟେଲର (୧୧)ଙ୍କୁ ଶୁବମାନ ଗିଲଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରି ପ୍ୟାଭେଲିଅନ ବାଟ ଦେଖାଇଥିଲେ ମହମ୍ମଦ ଶାମି। ସେହିଭଳି ହେନରୀ ନିକୋଲାସ (୭) ୬୯ତମ ଭରରେ ଇଶାନ୍ତ ଶର୍ମାଙ୍କ ଶିକାର ପାଲଟିଥିଲେ। ପରବର୍ତ୍ତୀ ଓଭରରେ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ଖେଳୁଥିବା ବି ଜେ ଓ୍ବାଟଲିଂ(୧)ଙ୍କ କାଳ ସାଜିଥିଲା ଶାମିଙ୍କ ବଲ। ଫଳରେ ପ୍ରଥମ ସେସନ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୩୫ ରନ୍‌ କରିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.