ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କର ଜଣେ ସମ୍ପର୍କୀୟ ସୂଚନା ଦେଇଛନ୍ତି।
ହସ୍ପିଟାଲ ତରଫରୁ ମିଳିଥିବା ସୂଚନା ମୁତାବକ, ବିଜୟଶ୍ରୀ ଗତ ମାସ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ପରେ ସେ କରୋନାରୁ ଆରୋଗ୍ୟ ଲାଭ କରିଥିଲେ ସୁଦ୍ଧା ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅଧିକ ଉନ୍ନତି ପାଇଁ ହସ୍ପିଟାଲରେ ଚିକିତ୍ସା ଚାଲୁ ରହିଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ଖବର ପ୍ରଚାରିତ ହେବାପରେ ରାଜ୍ୟର ବହୁ ନେତା, ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।
ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ। ସେ ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ବିଜୟୀ ବିଧାୟକ ଥିଲେ। ସେ ନବୀନ ପଟ୍ଟନାୟକଙ୍କ ସରକାରରେ ସ୍ବାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.