ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ ପାଇଁ ନିଷ୍ପତ୍ତି ନେବା ଭୁଲ୍ ଥିଲା ବୋଲି ଫଡନାଭିସ୍ କହିଛନ୍ତି। ଭାରତୀୟ ଜନତା ପାର୍ଟି ନେତା ଫଡନାଭିସ ଏକ ସାକ୍ଷାତକାରରେ ସେ କହିଛନ୍ତି, ଅବଶ୍ୟ ଏଥିପାଇଁ ମୋର କୌଣସି ଅନୁତାପ ନାହିଁ, କିନ୍ତୁ ଆମେ ଏପରି ସରକାର ଗଠନ କରିବା ଉଚିତ୍ ନ ଥିଲା। ଏହା ଏକ ଭୁଲ ନିଷ୍ପତ୍ତି ଥିଲା।
ଫଡନାଭିସ ଆହୁରି ମଧ୍ୟ କହିଛନ୍ତି, ରାଜନୀତିରେ ରହିବା ପାଇଁ ଯାହା ଆବଶ୍ୟକ ତାହା କରିବାକୁ ହେବ। ଯେତେବେଳେ ସରକାର ଗଠନ କରିବାର ସୁଯୋଗ ଆସିଲା, ଆମେ ଏହାକୁ ଧରିଲୁ। ଏବେ ମୁଁ କହିପାରେ ଯେ ସେହି ସମୟରେ ଆମେ ଯାହା କରିଥିଲୁ ତାହା ଆମର ସମସ୍ତ ସମର୍ଥକ ପସନ୍ଦ କରୁ ନ ଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ, ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଫଳାଫଳରେ କୌଣସି ରାଜନୈତିକ ଦଳ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିଲା। ନଭେମ୍ବର ୨୩, ୨୦୧୯ ପୂର୍ବାହ୍ନରେ ରାଜ ଭବନରେ ଆୟୋଜିତ ଏକ ସରଳ ସମାରୋହରେ ଫଡନାଭିସ ଏବଂ ପାୱାର ମୁଖ୍ୟମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରି ରାଜନୈତିକ କରିଡରରେ ଚର୍ଚ୍ଚା ସୃଷ୍ଟି କରିଥିଲେ। ଏହାର ୮୦ ଘଣ୍ଟା ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଫଡନାଭିସ୍। ପରେ ଶିବସେନା, ଏନସିପି ଏବଂ କଂଗ୍ରେସ ମିଳିତ ଭାବେ ରାଜ୍ୟରେ ଏକ ଅଣ-ଭାଜପା ସରକାର ଗଠନ କରିଥିଲେ।
ସିଂଘଓ୍ବି ରାମଦେବ ମୁହାଁମୁହିଁ
ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...
ଏଆଇଏଡିଏମ୍କେରୁ ୧୭ ନେତା ବହିଷ୍କୃତ
ଚେନ୍ନାଇ, ୧୫।୬(ଆଇଏଏନ୍ଏସ୍): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର...
ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍...
ଉଠିଲା ଲକ୍ଡାଉନ୍: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର
ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍ କଟକଣା ଉଠାଇ ଦିଆଯାଇଛି।...
ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ
ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ...
ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍ସି
ବୀରଭୂମ୍,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍ସ୍ଥିତ ଟିଏମ୍ସି କାର୍ଯ୍ୟାଳୟ ଆଗରେ...
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା
ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍କୁ ନେଇ ବଲିଉଡ୍ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...
ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…
ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...


