ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ ଅନ୍ୟ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ବର୍ଷା ଯୋଗୁ ସୈଦଖେରି ଗ୍ରାମରେ ଏକ ଘର କାନ୍ଥ ଭୁଶୁଡ଼ିପଡ଼ିବାରୁ ପରିବାରର ୨ ଶିଶୁଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଏସ୍ପି ସନ୍ଦିପ୍ କୁମାର ଗର୍ଗ କହିଛନ୍ତି। ଅନ୍ୟ ଘଟଣାରେ ବାଇକ୍ ଚାଳକ ବର୍ଷା ବେଳେ ଏକ କଣ୍ଟେନର ତଳେ ଆଶ୍ରୟ ନେଇଥିଲେ। ହେଲେ କଣ୍ଟେନର ଢଳିପଡ଼ିବାରୁ ଏଥିରେ ଚାପି ହୋଇ ତାଙ୍କର ମୃତ୍ୟୁ ଘଟିଛି। ଗୁରୁବାରଠାରୁ ବର୍ଷା ସାଙ୍ଗକୁ ଜୋର୍ରେ ପବନ ବହୁଥିବାରୁ ଅନେକ ଅଞ୍ଚଳରେ ଗଛ ଏବଂ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିପଡ଼ିଛି।
ଅରୁଣ ମିଶ୍ର ହେବେ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ
ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ଭାକ୍ସିନ୍ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍…
ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...
ବାସ୍ତବତାକୁ ଦୃଷ୍ଟି ଦିଅ
ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍ଲାଇନରେ...
ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା
ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ...
ପ୍ରଥମ ଡୋଜ୍ ଟିକାକରଣ: ଆମେରିକାକୁ ଟପିଲା ଭାରତ
ନୂଆଦିଲ୍ଲୀ, ୪।୬: କୋଭିଡ୍-୧୯ ଟିକା ପ୍ରଥମ ଡୋଜ୍ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍ ଦିଆଯାଇଥିବା ବେଳେ ଭାରତରେ...
କୋଭିଡ୍ ନିୟମ ଭୁଲି ନାଚିଲେ ଭାଜପା ଏମ୍ପି
ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...
ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ
ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ...
ବିଦ୍ୟୁତ୍ ବିଲ୍ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍କା
ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍ଙ୍କ ବିଦ୍ୟୁତ୍ ବିଲ୍ ୩୬ ଲକ୍ଷ ଟଙ୍କାରୁ...


