ଭୁବନେଶ୍ୱର,୩।୬: କୋଭିଡ୍ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକା ହେଲ୍ଥ ଆଣ୍ଡ ଓ୍ବେଲନେସ୍ ଗ୍ରୁପ୍ ପକ୍ଷରୁ (ଓଏସ୍ଏ-ଏଚ୍ଡବ୍ଲ୍ୟୁଜି) ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଆରମ୍ଭ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ସ୍ପର୍ଶ ହସ୍ପିଟାଲର ମୁଖ୍ୟ ପରିଚାଳକ ପ୍ରିୟବ୍ରତ ଧୀର, ଅଭିନେତା ସବ୍ୟସାଚୀ ମିଶ୍ର, ଏମ୍ଓ ଗ୍ରୁପ୍ର ମୁଖ୍ୟ ଡା. ଅବିନାଶ ସାମଲ, ହାଇଟେକ ମେଡିକାଲର ପ୍ରଫେସର ଅମ୍ରିତ ପାଟ୍ଟଜୋଷୀ, ସାମାଜିକ କର୍ମୀ ପ୍ରଭୀନ ଅଗ୍ରଓ୍ବାଲ ଏବଂ ଜୋନାଲ ଡେପୁଟି କମିଶନର ପୁରନ୍ଦର ନନ୍ଦ ଉପସ୍ଥିତ ରହି ଏହାର ଶୁଭାରମ୍ଭ କରିଥିଲେ। ବିଏମ୍ସି ଅନୁମୋଦନରେ ପ୍ରଥମ ଥର ଲାଗି ରାଜ୍ୟରେ ଏଭଳି ଏକ ଅକ୍ସିଜେନ ସେଲ୍ଟର ପଟିଆ ବିଗ୍ ବଜାର ସ୍ଥିତ ତ୍ରିଷ୍ଣା ବାଙ୍କୁଏଟ୍ଠାରେ ଖୋଲାଯାଇଛି। ଅକ୍ସିଜେନ ଆବଶ୍ୟକତା ଥିବା କୋଭିଡ୍ ରୋଗୀଙ୍କୁ ଅନୁମୋଦିତ କୋଭିଡ୍ ହସ୍ପିଟାଲରେ ବେଡ୍ ମିଳିବା ପର୍ଯ୍ୟନ୍ତ ଏହି ଆଶ୍ରୟସ୍ଥଳରେ ଅମ୍ଳଜାନ ଯୋଗାଇ ଦେଇ ତାଙ୍କୁ ହାଇପୋକ୍ରିୟାରୁ ବଞ୍ଚାଯାଇପାରିବ। ଏଠାରେ ଡାକ୍ତର ଏବଂ ନର୍ସଙ୍କ ଉପସ୍ଥିତିରେ ରୋଗୀଙ୍କୁ ସେବା ଯୋଗାଇ ଦିଆଯିବ। ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ପାଇଁ ଆମ୍ବୁଲାନ୍ସ ଏଠାରେ ମଧ୍ୟ ରହିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଛେଚିବ ୩ ଦିନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ,...
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍...
ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ...
ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ
ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ...
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର...
ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ’ ସମ୍ମାନ...


