ଭୁବନେଶ୍ୱର,୩।୬: କୋଭିଡ୍ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକା ହେଲ୍ଥ ଆଣ୍ଡ ଓ୍ବେଲନେସ୍ ଗ୍ରୁପ୍ ପକ୍ଷରୁ (ଓଏସ୍ଏ-ଏଚ୍ଡବ୍ଲ୍ୟୁଜି) ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଆରମ୍ଭ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ସ୍ପର୍ଶ ହସ୍ପିଟାଲର ମୁଖ୍ୟ ପରିଚାଳକ ପ୍ରିୟବ୍ରତ ଧୀର, ଅଭିନେତା ସବ୍ୟସାଚୀ ମିଶ୍ର, ଏମ୍ଓ ଗ୍ରୁପ୍ର ମୁଖ୍ୟ ଡା. ଅବିନାଶ ସାମଲ, ହାଇଟେକ ମେଡିକାଲର ପ୍ରଫେସର ଅମ୍ରିତ ପାଟ୍ଟଜୋଷୀ, ସାମାଜିକ କର୍ମୀ ପ୍ରଭୀନ ଅଗ୍ରଓ୍ବାଲ ଏବଂ ଜୋନାଲ ଡେପୁଟି କମିଶନର ପୁରନ୍ଦର ନନ୍ଦ ଉପସ୍ଥିତ ରହି ଏହାର ଶୁଭାରମ୍ଭ କରିଥିଲେ। ବିଏମ୍ସି ଅନୁମୋଦନରେ ପ୍ରଥମ ଥର ଲାଗି ରାଜ୍ୟରେ ଏଭଳି ଏକ ଅକ୍ସିଜେନ ସେଲ୍ଟର ପଟିଆ ବିଗ୍ ବଜାର ସ୍ଥିତ ତ୍ରିଷ୍ଣା ବାଙ୍କୁଏଟ୍ଠାରେ ଖୋଲାଯାଇଛି। ଅକ୍ସିଜେନ ଆବଶ୍ୟକତା ଥିବା କୋଭିଡ୍ ରୋଗୀଙ୍କୁ ଅନୁମୋଦିତ କୋଭିଡ୍ ହସ୍ପିଟାଲରେ ବେଡ୍ ମିଳିବା ପର୍ଯ୍ୟନ୍ତ ଏହି ଆଶ୍ରୟସ୍ଥଳରେ ଅମ୍ଳଜାନ ଯୋଗାଇ ଦେଇ ତାଙ୍କୁ ହାଇପୋକ୍ରିୟାରୁ ବଞ୍ଚାଯାଇପାରିବ। ଏଠାରେ ଡାକ୍ତର ଏବଂ ନର୍ସଙ୍କ ଉପସ୍ଥିତିରେ ରୋଗୀଙ୍କୁ ସେବା ଯୋଗାଇ ଦିଆଯିବ। ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ପାଇଁ ଆମ୍ବୁଲାନ୍ସ ଏଠାରେ ମଧ୍ୟ ରହିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି।...
କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...
୨୫୮ ବିଦ୍ୟାଳୟରେ ‘ଷ୍ଟେମ୍’ ଶିକ୍ଷାର ଶୁଭାରମ୍ଭ
ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍ ପକ୍ଷରୁ ‘ଷ୍ଟେମ୍’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ...
ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫...
ଡୋଜ୍ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…
ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ର ଦୁଇ...
୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ
ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି।...
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...
ଆହୁରି ୪ ଦିନ ବର୍ଷିବ
ଭୁବନେଶ୍ବର,୨୦।୬: ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ...


