ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟାରୁ ବୋର୍ଡର ଓ୍ବେବସାଇଟ୍ରେ ଫଳାଫଳ ଉପଲବ୍ଧ ହେବ। ଓ୍ବେସାଇଟ୍ www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ ବୋଲି ଜଣାପଡ଼ିଛି। ତେବେ ଇଣ୍ଟରନେଟ ସୁବିଧା ନ ଥିଲେ ଏସ୍ଏମ୍ଏସ୍ କରି ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ। OR01<ROLL NO> ଲେଖି 5676750ରେ ଏସ୍ଏମ୍ଏସ୍ କରିପାରିବେ। ଗତ କିଛି ଦିନ ପୂର୍ବରୁ ଚଳିତ ଜୁନ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଯୋଗୁ ଗତ ଏପ୍ରିଲ ୨୪ରେ ମାଟ୍ରିକ ପରୀକ୍ଷାକୁ ଆନୁଷ୍ଠାନିକ ଭାବେ ବାତିଲ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ମାଟ୍ରିକ ଫଳାଫଳ ନେଇ ଚୂଡ଼ାନ୍ତ ପଦ୍ଧତିକୁ ବୋର୍ଡ ଅନୁମୋଦନ ଦେଇଥିଲା। ସେହି ଫର୍ମୁଲା ଅନୁଯାୟୀ, ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ମୂଲ୍ୟାୟନ କରାଯାଇଛି। ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ ବୋଲି କୁହାଯାଇଥିଲା। ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ ପରୀକ୍ଷା ମାର୍କକୁ ମଧ୍ୟ ବିଚାର କରାଯିବା ସହ ନବମର ୪୦ପ୍ରତିଶତ, ଦଶମର ୬୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବା ନେଇ ପ୍ରସ୍ତାବ ରହିଥିଲା। ତେବେ ଦଶମରେ କୌଣସି ପରୀକ୍ଷା ଦେଇ ନ ଥିଲେ ନବମ ମାର୍କକୁ ବିଚାର କରାଯିବ। ଦଶମରେ ଗୋଟିଏ ପରୀକ୍ଷା ଦେଇଥିଲେ ନବମର ୭୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଥିଲା।
ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...
କରୋନାରୁ ସୁସ୍ଥ ହୃଦ୍ରୋଗୀ ହାର୍ଟ ଚେକ୍ ଅପ୍ କରିବାକୁ ପରାମର୍ଶ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ...
‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’
ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ...
ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍ ଆକ୍ରାନ୍ତଙ୍କ ଲକ୍ଷଣ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର...
କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି
ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି...


