ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟାରୁ ବୋର୍ଡର ଓ୍ବେବସାଇଟ୍ରେ ଫଳାଫଳ ଉପଲବ୍ଧ ହେବ। ଓ୍ବେସାଇଟ୍ www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ ବୋଲି ଜଣାପଡ଼ିଛି। ତେବେ ଇଣ୍ଟରନେଟ ସୁବିଧା ନ ଥିଲେ ଏସ୍ଏମ୍ଏସ୍ କରି ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ। OR01<ROLL NO> ଲେଖି 5676750ରେ ଏସ୍ଏମ୍ଏସ୍ କରିପାରିବେ। ଗତ କିଛି ଦିନ ପୂର୍ବରୁ ଚଳିତ ଜୁନ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଯୋଗୁ ଗତ ଏପ୍ରିଲ ୨୪ରେ ମାଟ୍ରିକ ପରୀକ୍ଷାକୁ ଆନୁଷ୍ଠାନିକ ଭାବେ ବାତିଲ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ମାଟ୍ରିକ ଫଳାଫଳ ନେଇ ଚୂଡ଼ାନ୍ତ ପଦ୍ଧତିକୁ ବୋର୍ଡ ଅନୁମୋଦନ ଦେଇଥିଲା। ସେହି ଫର୍ମୁଲା ଅନୁଯାୟୀ, ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ମୂଲ୍ୟାୟନ କରାଯାଇଛି। ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ ବୋଲି କୁହାଯାଇଥିଲା। ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ ପରୀକ୍ଷା ମାର୍କକୁ ମଧ୍ୟ ବିଚାର କରାଯିବା ସହ ନବମର ୪୦ପ୍ରତିଶତ, ଦଶମର ୬୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବା ନେଇ ପ୍ରସ୍ତାବ ରହିଥିଲା। ତେବେ ଦଶମରେ କୌଣସି ପରୀକ୍ଷା ଦେଇ ନ ଥିଲେ ନବମ ମାର୍କକୁ ବିଚାର କରାଯିବ। ଦଶମରେ ଗୋଟିଏ ପରୀକ୍ଷା ଦେଇଥିଲେ ନବମର ୭୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.