ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ ଥିବା ଇନ୍ଦୋରରେ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଭାକ୍ସିନ୍ ନେଲେ ଉପହାର ପ୍ରଦାନ କରାଯାଉଛି। ସହରର ବିଭିନ୍ନ ପ୍ରତିଷ୍ଠିତ ବ୍ୟବସାୟୀ ତଥା କମ୍ପାନୀ ପକ୍ଷରୁ ଏଭଳି ଲୋଭନୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଭାକ୍ସିନ୍ ନେଲେ ଉପହାରରେ ଫ୍ରିଜ୍ ସହିତ ବହୁ ଦାମିକା ଉପହାର ପ୍ରଦାନ କରାଯାଉଛି। କେତେକ ଟିକାକରଣ କେନ୍ଦ୍ରରେ ଲକି ଡ୍ର ଅନୁଷ୍ଠିତ ହେଉଛି। ଟିକା ନେବାକୁ ଆସିଥିବା ଲୋକଙ୍କୁ ଅତିଥି ଭାବେ ପାଛୋଟି ନେଇ ସମ୍ମାନୀତ କରାଯିବା ସହିତ ଲସି, କୋଲ୍ଡ ଡ୍ରିଙ୍କସ୍ ଏବଂ ଅନ୍ୟ ପାନୀୟ ପ୍ରଦାନ କରାଯାଉଛି। ସେହିପରି ନଓ୍ବଲଖା ଟିକାରକରଣ କେନ୍ଦ୍ରରେ ଭାକ୍ସିନ୍ ନେଇଥିବା ଲୋକଙ୍କୁ ଥରଟିଏ ମାଗଣା ବସ୍ ଯାତ୍ରାର ସୁଯୋଗ ମିଳୁଛି। ଶପିଂ ମଲ୍ରେ କରାଯାଇଥିବା ଟିକାକରଣ କେନ୍ଦ୍ରରେ ସେଲ୍ଫି ଷ୍ଟିକ୍ ସମେତ ଅନ୍ୟ ଉପହାର ପ୍ରଦାନ କରାଯାଉଛି। ଭାକ୍ସିନ୍ ନେବାକୁ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଏଭଳି କରାଯାଉଛି।
Posted inକରୋନା ଭାଇରସ୍, ଜାତୀୟ, ଫୁରସତ View All
ଏଲିଅନ୍ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍ ପୃଥିବୀ ଉପରେ ଟେଲିସ୍କୋପ୍ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...
ହାତ ଯୋଡି ଏମିତି ଅପିଲ୍ କଲେ ରାଜ୍ୟପାଳ
କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ।...
ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...
ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍: ଏଠାରେ ଆରମ୍ଭ ହେବ ଟିକାକରଣ…
ଅକ୍ଲାଣ୍ଡ,୧୩।୬: କରୋନା ଭାକ୍ସିନ୍ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍ ଶୀଘ୍ର ଏଠାରେ...
ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ
ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍ ଉପରେ...
ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...
ଆଗକୁ ବିପଦ କୋଭିଡ୍ ଆବର୍ଜନା
ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା...
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...


