ଛତ୍ରପୁର,୧୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ ଶନିବାର ସୁଦ୍ଧା ୬ ଲକ୍ଷ ୪୩ ହଜାର ୮୮୧ ଜଣଙ୍କୁ ଟିକାର ପ୍ରଥମ ଡୋଜ୍ ଦିଆଯାଇଛି। ସେଥିମଧ୍ୟରେ ୫ ଲକ୍ଷ ୧୫ ହଜାର ୧୯୭ ଜଣ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଥିବାବେଳେ ୧ ଲକ୍ଷ ୨୮ ହଜାର ୬୮୪ ଜଣ ୧୮ ରୁ ୪୪ ବର୍ଷ ବୟସର ଅଛନ୍ତି। ଜିଲାର ସବୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବ୍ରହ୍ମପୁର, ଉପଖଣ୍ଡ ହସ୍ପିଟାଲରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଇଁ ଟିକାର ସୁବିଧା ଅଛି। କେବଳ ୧୮ରୁ ୪୪ ବର୍ଷ ବୟସର ଲୋକଙ୍କ ପାଇଁ ଟିକା ନେବା ଲାଗି ବ୍ରହ୍ମପୁର ଓ ଛତ୍ରପୁରରେ ସୁବିଧା ଅଛି। ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ଜିଲାରେ ୧୧ ହଜାର ୬୦ଟି ଟିକା ମହଜୁଦ ଥିବା ବେଳେ
୧୮ରୁ ୪୪ ବର୍ଷ ବୟସ୍କଙ୍କ ପାଇଁ ୬ ହଜାର ଟିକା ଗଚ୍ଛିତ ଅଛି। ମୋଟ ୧୭ ହଜାର ୬୦ ଟିକା ମହଜୁଦ ରହିଥିବା ସୂଚନା ଦିଆଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
କାର୍ରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ କଫ ସିରପ୍
ବରଗଡ଼ ଅଫିସ୍,୨୫।୬: ପୋଲିସକୁ ଚଖ୍ମା ଦେବା ପାଇଁ କଫ ସିରପ୍ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍/୫୯୯୮...
ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ
ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮...
କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ
କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର...
ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ
ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ...
ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର
ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍ ଗୁରୁବାର ପ୍ରସ୍ତାବିତ...
‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍ ପ୍ୟାଡ୍ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍ରେ ଦୂରଗାମୀ ସବ୍ସୋନିକ କ୍ରୁଜ...
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି...
ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା
ଚଣ୍ଡିଖୋଲ,୧୧।୬(ଡି.ଏନ୍.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ...


