ଛତ୍ରପୁର,୧୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ ଶନିବାର ସୁଦ୍ଧା ୬ ଲକ୍ଷ ୪୩ ହଜାର ୮୮୧ ଜଣଙ୍କୁ ଟିକାର ପ୍ରଥମ ଡୋଜ୍ ଦିଆଯାଇଛି। ସେଥିମଧ୍ୟରେ ୫ ଲକ୍ଷ ୧୫ ହଜାର ୧୯୭ ଜଣ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଥିବାବେଳେ ୧ ଲକ୍ଷ ୨୮ ହଜାର ୬୮୪ ଜଣ ୧୮ ରୁ ୪୪ ବର୍ଷ ବୟସର ଅଛନ୍ତି। ଜିଲାର ସବୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବ୍ରହ୍ମପୁର, ଉପଖଣ୍ଡ ହସ୍ପିଟାଲରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଇଁ ଟିକାର ସୁବିଧା ଅଛି। କେବଳ ୧୮ରୁ ୪୪ ବର୍ଷ ବୟସର ଲୋକଙ୍କ ପାଇଁ ଟିକା ନେବା ଲାଗି ବ୍ରହ୍ମପୁର ଓ ଛତ୍ରପୁରରେ ସୁବିଧା ଅଛି। ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ଜିଲାରେ ୧୧ ହଜାର ୬୦ଟି ଟିକା ମହଜୁଦ ଥିବା ବେଳେ
୧୮ରୁ ୪୪ ବର୍ଷ ବୟସ୍କଙ୍କ ପାଇଁ ୬ ହଜାର ଟିକା ଗଚ୍ଛିତ ଅଛି। ମୋଟ ୧୭ ହଜାର ୬୦ ଟିକା ମହଜୁଦ ରହିଥିବା ସୂଚନା ଦିଆଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.