ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍‌ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ। ପ୍ରତ୍ୟେକ ଜିଲାରେ ପିଲାଙ୍କ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକସ୍‌ ରଖି ବ୍ୟବସ୍ଥା କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
କୋଭିଡ୍‌ରେ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ମା’ବାପାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତାଭିତ୍ତିରେ ଚିହ୍ନଟ କରାଯିବ। ଆଗାମୀ ୨ ସପ୍ତାହ ମଧ୍ୟରେ ମଧୁବାବୁ ପେନ୍‌ସନ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସମସ୍ତ ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀମାନଙ୍କୁ ଆଗୁଆ ୩ ମାସର ପେନ୍‌ସନ ନଗଦ ଆକାରରେ ହିତାଧିକାରୀଙ୍କ ଗାଁରେ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟରେ କୋଭିଡ୍‌ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ବର୍ତ୍ତମାନ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ବହୁ ସଂଖ୍ୟାରେ ବାହାରୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ରାଜ୍ୟରେ ଏହାର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତାଲିମପ୍ରାପ୍ତ ଡାକ୍ତର ଓ ଔଷଧ ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟର ମେଡିକାଲ କଲେଜ ସମେତ ସବୁ ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ୍‌ ଓ ନନ୍‌-କୋଭିଡ୍‌ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କୁ ଚିହ୍ନଟ କରି ଅଲଗା ଅଲଗା ୱାର୍ଡରେ ସେମାନଙ୍କୁ ଚିକିତ୍ସା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଗ୍ରାମାଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କୋଭିଡ୍‌ ପରୀକ୍ଷାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି ଯେ ରାଜ୍ୟର ଦକ୍ଷିଣ ଓ ପଶ୍ଚିମ ଭାଗରେ ପଜିଟିଭି ହାର ହ୍ରାସ ପାଇଥିବାବେଳେ ଉପକୂଳବର୍ତ୍ତୀ ୧୧ ଜିଲାରୁ ରାଜ୍ୟର ମୋଟ ପଜିଟିଭ ସଂଖ୍ୟାର ୬୩ ପ୍ରତିଶତ ରହୁଛି। ତେଣୁ ଉପକୂଳ ଓଡ଼ିଶାରେ ଅଧିକ ଟେଷ୍ଟିଂ ଉପରେ ଜୋର ଦିଆଯିବ। ପୋଲିସ ମହାନିର୍ଦ୍ଦେଶକ ଅଭୟ ଓ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଏମ୍‌. ଅକ୍ଷୟ ସେମାନଙ୍କ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.