ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ କରିବା ସହ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେବାକୁ ଉଦ୍ୟମ କରିଥିଲେ। ଦିଲ୍ଲୀରେ ୟୁଧବୀର ସିଂଙ୍କ ନେତୃତ୍ୱରେ ଚାଷୀମାନେ ଉପରାଜ୍ୟପାଳ(ଏଲ୍ଜି) ଅନିଲ ବୈଜଲଙ୍କୁ ସାକ୍ଷାତ୍ କରିବାକୁ ଚାହିଁଥିଲେ ହେଁ ଅନୁମତି ଦିଆଯାଇ ନ ଥିଲା। ଚାଷୀମାନଙ୍କୁ ଉପରାଜ୍ୟପାଳଙ୍କୁ ଭେଟିବା ପାଇଁ ଅନୁମତି ଦିଅ, ନଚେତ୍ ତିହାର ଜେଲ୍ ପଠାଅ ବୋଲି ଭାରତୀୟ କିଷାନ ୟୁନିୟନ ନେତା ରାକେଶ ଟିକାଏତ୍ ଆହ୍ବାନ ଦେଇଛନ୍ତି। ଏହାପରେ ଟିକାଏତ୍ ଗାଜିପୁର ସୀମାରେ ଏକ ସଭା କରିଥିଲେ।
ପଞ୍ଜାବ, ହରିୟାଣା ଚାଷୀ ରାଜଭବନ ଅଭିମୁଖେ ବିକ୍ଷୋଭ ଶୋଭାଯାତ୍ରା ବାହାର କରିଥିଲେ। ସେମାନେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦେଇଥାନ୍ତେ। ଚଣ୍ଡିଗଡ଼-ମୋହାଲି ସୀମାରେ ଚାଷୀମାନେ ବାରିକେଡ୍ ଭାଙ୍ଗି ଆଗକୁ ବଢ଼ିବାକୁ ଉଦ୍ୟମ କଲା ବେଳେ ପୋଲିସ ସେମାନଙ୍କୁ ଘଉଡ଼ାଇବା ପାଇଁ ପାଣି ମାଡ଼ କରିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.